Posted inଖେଳ

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁକୁ ଜିତାଇଲେ କାର୍ତ୍ତିକ

ଜୟପୁର, ୧।୧୦ (ପି.ଟି.)- ବିଜୟ ହଜାରେ ଟ୍ରଫିର ୬ଷ୍ଠ ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ କର୍ନାଟକ ୭୪ ରନରେ ବେଙ୍ଗଲକୁ ପରାସ୍ତ କରିଛି। ଜୟପୁର ବିଦ୍ୟାଳୟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏଲିଟ୍‌ ଗ୍ରୁପ୍‌-ସି’ର ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ତାମିଲନାଡ଼ୁ ଅଧିନାୟକ ତଥା ଉଇକେଟ୍‌କିପର ଦିନେଶ କାର୍ତ୍ତିକ (୯୭ ରନ, ୬୨ ବଲ, ୮ଚୌକା, ୪ ଛକା)ଙ୍କ ବିସ୍ଫୋରକ ବ୍ୟାଟିଂ ସାଙ୍ଗକୁ ବିଜୟ ଶଙ୍କର (୪୧) ଓ ଶାହରୁଖ ଖଁା (୬୯)ଙ୍କ ଉପଯୋଗୀ ଇନିଂସ ବଳରେ ୫୦ ଓଭରରେ ୭ ଉଇକେଟ୍‌ ହରାଇ ୨୮୬ ରନ କରିଥିଲା। ବେଙ୍ଗଲ ପକ୍ଷରୁ ଅଶୋକ ଦିଣ୍ଡା ଓ ଆକାଶ ଦୀପ୍‌ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଜବାବରେ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଶାହବାଜ ଅହମ୍ମଦ (୧୦୭)ଙ୍କ ଶତକ ସତ୍ତ୍ୱେ ବେଙ୍ଗଲ ୪୫.୩ ଓଭରରେ ୨୧୨ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ବିଜୟୀ ଦଳ ପକ୍ଷରୁ ବାବା ଅପରାଜିତ, କ୍ରିଷ୍ଣାମୂର୍ତ୍ତି ବିଘ୍ନେଶ, ଟି. ନଟରାଜନ ଓ ମୁରୁଗାନ ଅଶ୍ୱିନ ୨ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଚତୁର୍ଥ ମ୍ୟାଚ୍‌ରୁ ୪ର୍ଥ ବିଜୟ ସହ ତାମିଲନାଡ଼ୁ ୧୬ ପଏଣ୍ଟ ପାଇ ଗ୍ରୁପ୍‌-ସି’ର ଶୀର୍ଷ ସ୍ଥାନରେ ରହିଛି। ଅନ୍ୟ ଏକ ମ୍ୟାଚ୍‌ରେ ଗୁଜରାଟ ୭ ଉଇକେଟ୍‌ରେ ରାଜସ୍ଥାନ (୧୬ ପଏଣ୍ଟ)କୁ ହରାଇ ଏହି ଗ୍ରୁପ୍‌ରେ ୨ୟ ସ୍ଥାନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri