Posted inଖେଳ

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁର କ୍ରମାଗତ ୯ମ ବିଜୟ

ଜୟପୁର, ୧୬।୧୦ (ପି.ଟି.): ବିସିସିଆଇ ଆନୁକୂଲ୍ୟରେ ଚାଲିଥିବା ଚଳିତ ବିଜୟ ହଜାରେ ଟ୍ରଫିରେ ତାମିଲନାଡ଼ୁ ଦଳ କ୍ରମାଗତ ୯ମ ବିଜୟ ଲାଭ କରିଛି। ବୁଧବାର ଏଠାରେ ଖେଳାଯାଇଥିବା ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ତାମିଲନାଡ଼ୁ ୭୮ ରନରେ ଗୁଜରାଟକୁ ପରସ୍ତ କରିଛି। ଏଥିସହ ଏହି ଗ୍ରୁପ୍‌ରେ ତାମିଲନାଡ଼ୁ ରେକର୍ଡ ସମସ୍ତ ୯ ମ୍ୟାଚ୍‌ ଜିତି ୩୬ ପଏଣ୍ଟ ସହ ଶୀର୍ଷ ସ୍ଥାନରେ ରହି ନକ୍‌ଆଉଟ୍‌କୁ ପ୍ରବେଶ କରିଛି। ପରାଜୟ ସତ୍ତ୍ୱେ ଗୁଜରାଟ ୩୨ ପଏଣ୍ଟ ସହ ୨ୟ ଦଳ ଭାବେ ଏହି ଗ୍ରୁପ୍‌ର ନକ୍‌ଆଉଟ୍‌ରେ ସ୍ଥାନ ପକ୍କା କରିଛି। ଆସନ୍ତା ୨୦ରୁ ବେଙ୍ଗାଲୁରୁରେ ନକ୍‌ଆଉଟ୍‌ ପର୍ଯ୍ୟାୟ ଆରମ୍ଭ ହେବ।
ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ତାମିଲନାଡ଼ୁ ଓପନର୍‌ ଅଭିନବ ମୁକୁନ୍ଦ (୭୯), ମୁରଲୀ ବିଜୟ (୯୪) ଓ ଓ୍ବାଶିଂଟନ ସୁନ୍ଦର (୪୨)ଙ୍କ ଉପଯୋଗୀ ଇନିଂସ ବଳରେ ୫୦ ଓଭରରେ ୯ ଉଇକେଟ୍‌ ହରାଇ ୨୭୪ ରନ କରିଥିଲା। ଗୁଜରାଟ ପକ୍ଷରୁ ରସ୍‌ କଲାରିଆ ଓ ଅର୍ଜନା ନାଗଓ୍ବାସଓ୍ବାଲା ୩ଟି ଲେଖାଏ ଓ ପିୟୂଷ ଚାଓ୍ବାଲ ୨ଟି ଉଇକେଟ୍‌ ନେଇଥିଲେ। ଜବାବରେ ଗୁଜରାଟ ୪୨.୨ ଓଭରରେ ୧୯୬ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ଅକ୍ଷର ପଟେଲ ୫୫, ଭାର୍ଗବ ମେରାଇ ୪୪ ରନ କରିଥିବାବେଳେ ଅଧିନାୟକ ପାର୍ଥିବ ପଟେଲ (୬) ନିରାଶ କରିଥିଲେ। ଏମ୍‌. ମହମ୍ମଦ ୩ ଓ ମୁରୁଗାନ ଅଶ୍ୱିନ ୨ଟି ଉଇକେଟ୍‌ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri