Posted inଖେଳ

ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ୍‌: କ୍ୟାରିୟାର ଶ୍ରେଷ୍ଠ ୨୯ତମ ସ୍ଥାନରେ ସୌରଭ

ନୂଆଦିଲ୍ଲୀ,୩।୧୨(ପି.ଟି.)- ମଙ୍ଗଳବାର ପ୍ରକାଶିତ ହୋଇଥିବା ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ତାରକା ବ୍ୟାଡମିଣ୍ଟନ ଖେଳାଳି ସୌରଭ ବର୍ମା ୭ଟି ସ୍ଥାନ ଉପରକୁ ଉଠି କ୍ୟାରିୟରର ଶ୍ରେଷ୍ଠ ୨୯ତମ ସ୍ଥାନ ଅଧିକାର କରିଛନ୍ତି। ଗତ ରବିବାର ସୟଦ ମୋଦି ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ସେ ରନର୍ସଅପ୍‌ ବିବେଚିତ ହୋଇ ଏହି ସଫଳତା ପାଇଛନ୍ତି। ୨୬ ବର୍ଷୀୟ ସୌରଭ ୨୦୧୨ରେ ୩୦ତମ ସ୍ଥାନ ଅଧିକାର କରିଥିଲେ। ସେ ମଧ୍ୟ ଗତ ମେ’ରେ ହାଇଦ୍ରାବାଦ ଓ ସ୍ଲୋଭେନିଆ ଇଣ୍ଟରନ୍ୟାଶନାଲ ସିରିଜରେ ଦୁଇଟି ବିଡବ୍ଲ୍ୟୁଏଫ୍‌ ସୁପର ୧୦୦ ଟାଇଟଲ ଜିତିଥିଲେ। ଏଥି ସହିତ ଭାରତ ୬ଜଣ ଖେଳାଳି ଶ୍ରେଷ୍ଠ ୩୦ରେ ପ୍ରବେଶ କରିଛନ୍ତି। ଚାଇନାର ଶ୍ରେଷ୍ଠ ୫ ଜଣ ଖେଳାଳି ଟପ୍‌ ୩୦ରେ ମଧ୍ୟ ସ୍ଥାନ ପାଇଛନ୍ତି।

ସେହିପରି ମହିଳା ତାରକା ଅଶ୍ମିତା ଚାଲିହା ୧୮ଟି ସ୍ଥାନ ଉପରକୁ ଉଠି ଟପ୍‌- ୧୦୦ରେ ସ୍ଥାନ ପାଇଛନ୍ତି। ଅନ୍ୟପଟେ ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲଙ୍କ ର଼୍ୟାଙ୍କିଙ୍ଗରେ କୌଣସି ପରିବର୍ତ୍ତନ ହୋଇନାହିଁ ଓ ଯଥାକ୍ରମେ ଷଷ୍ଠ ଓ ଦଶମ ସ୍ଥାନରେ ପୂର୍ବପରି ରହିଛନ୍ତି। ଏହି ଦୁଇଜଣ ସୟଦ ମୋଦି ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟରୁ ଓହରିଯାଇଥିଲେ। କିଡମ୍ବୀ ଶ୍ରୀକାନ୍ତ ଓ ବି ସାଇ ପ୍ରଣୀତ ଏହି ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପରାସ୍ତ ହୋଇ ଯଥାକ୍ରମେ ପୂର୍ବପରି ୧୨ ଓ ୧୧ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri