ବିଡିଓ ଅନୁପସ୍ଥିତ: ଅଭିଯୋଗ ପାଇଁ ଆସି ଲୋକେ ନିରାଶ

ନୂଆଗାଁ,୨ା୭ (ଡି.ଏନ.ଏ.)- ନୟାଗଡ଼ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଲୋକେ ଅଭିଯୋଗ ଧରି ସୋମବାର ବିଡିଓଙ୍କୁ ଭେଟିବାକୁ ଆସିଥିଲେ। କିନ୍ତୁ ବିଡିଓ ଅନୁପସ୍ଥିତ ଥିବାରୁ ବିଜୁ ଯୁବବାହିନୀ ସଂଯୋଜକ ସେମାନଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରଥିଲେ। ଏହା ଦ୍ୱାରା ସମସ୍ୟା ସମାଧାନର ବାଟ ବାହାରିପାରି ନ ଥିବା ନେଇ ଅଭିଯୋଗକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରକାଶ ଯେ, ମହୀପୁର ପଞ୍ଚାୟତ ମାଳିସର ଗ୍ରାମରେ ଏକ କମ୍ୟୁନିଟି ସେଣ୍ଟର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ଏକ ଲକ୍ଷ ପଚାଶ ହଜାର ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି। ଏହି ଗୃହ ନିର୍ମାଣ ପାଇଁ ଗ୍ରାମର ଅଧିକାଂଶ ଲୋକ ଗ୍ରାମର ମଧ୍ୟସ୍ଥଳ ବାଛିଥିଲେ। ହେଲେ ସରପଞ୍ଚ କେତେଜଣ ଲୋକଙ୍କ କଥାରେ ଅନ୍ୟ ସ୍ଥାନରେ ନିର୍ମାଣ କରୁଛନ୍ତି। ଏହାକୁ ଗ୍ରାମବାସୀ ବିରୋଧ କରି ବ୍ଲକ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ସହକାରୀ ଯନ୍ତ୍ରୀ ଓ ବିଡିଓ ଉକ୍ତ ସ୍ଥାନ ପରିଦର୍ଶନ କରି ଗ୍ରାମବାସୀଙ୍କ କହିବା ମୁତାବକ ସ୍ଥାନରେ ନିର୍ମାଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଇତିମଧ୍ୟରେ ୬ମାସ ବିତି ଯାଇଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ ହୋଇପାରୁ ନ ଥିବାରୁ ଗ୍ରାମବାସୀ ସୋମବାର ବିଡିଓଙ୍କୁ ଅଭିଯୋଗ କରିବା ପାଇଁ ଆସିଥିଲେ। ସେହିପରି ବାହାଡାଝୋଲା ପଞ୍ଚାୟତର ପ୍ରସନ୍ନ ବକ୍ସି, ଅରକ୍ଷିତ ସାହୁ, ସନ୍ତୋଷ ସାହୁ, କୃଷ୍ଣ ମୋହନ ପାତ୍ର, ଆନନ୍ଦ ଚନ୍ଦ୍ର ସାହୁ, ମନୋଜ ସାହୁ, ଗଗନ କୁମାର ସାହୁ, ନୂଆଗାଁ ପଞ୍ଚାୟତ ଖାଲମଡା ଗ୍ରାମର ଉର୍ମିଳା ସାହୁଙ୍କୁ ସ୍ଥାନୀୟ ସରପଞ୍ଚ ଓ ପଞ୍ଚାୟତ ଅଧିକାରୀ ଆବାସ ଯୋଜନାରେ ପାତରଅନ୍ତର କରୁଥିବା ଅଭିଯୋଗ ନେଇ ବିଡିଓଙ୍କୁ ଗୁହାରି କରିବା ପାଇଁ ଆସିଥିଲେ। ପାରାଢିପ ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ର ଦେହୁଡି ଓ ଜୟକୃଷ୍ଣ ଦେହୁଡିଙ୍କୁ ବିଜୁ ପକ୍କାଘର ବିଲ୍‌ ନ ମିଳିବା ନେଇ ଗ୍ରାମବାସୀ ଅଭିଯୋଗପତ୍ର ଧରି ଆସିଥିଲେ। ହେଲେ ବିଡିଓ ଦିନତମାମ କାର୍ଯ୍ୟାଳୟରେ ଅନୁପସ୍ଥିତ ଥିବାରୁ ସମସ୍ତ ଅଭିଯୋଗକାରୀ ନିରାଶ ହୋଇଥିଲେ। ଶେଷରେ ବିଜୁ ବାହିନୀର ବ୍ଲକ ସଂଯୋଜକ ରଘୁନାଥ ଦୁଆରି ସେମାନଙ୍କ ଅଭିଯୋଗପତ୍ର ଗ୍ରହଣ କରିଥିଲେ। ଏ ସମ୍ପର୍କରେ ନୂଆଗାଁ ବିଡିଓ ଶିରିୟାଲ ଶୁଭ୍ର ପଟେଲଙ୍କୁ ପଚାରିବାରୁ ସେ କହିଥିଲେ, ମୁଁ ଅନୁପସ୍ଥିତ ଥିବାରୁ ସହକାରୀ ଯନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଥିଲି। କିନ୍ତୁ ସେ କାହିଁକି ଅଭିଯୋଗପତ୍ର ଗ୍ରହଣ କରି ନାହାନ୍ତି ମୁଁ ପଚାରି ବୁଝିବି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଘର ଗ୍ରିଲ୍‌ ଭାଙ୍ଗି ଲୁଟିନେଲେ ସାଢ଼େ ୩ ଲକ୍ଷ ଟଙ୍କା ସହ ସୁନାଗହଣା, ଡକାୟତଙ୍କ ଆକ୍ରମଣରେ ଦମ୍ପତି ଆହତ

ନୟାଗଡ,୨।୧୨(ଲୋକନାଥ ମିଶ୍ର): ଜଦୁପୁରରେ ଡକାୟତି । ନୟାଗଡ ସଦର ଥାନା ଯଦୁପୁର ଗାଁ ର କାଳିଆ ପାତ୍ରଙ୍କ ଘରେ ଲୁଟ୍‌ ହୋଇଛି। ଆଠଜଣ ଡକାୟତ ସୋମବାର...

ନୟାଗଡ଼ରେ ବନ୍ଧୁକ ତିଆରି କାରଖାନା ଠାବ

ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି...

ବନବିଭାଗ ଘଉଡାଇବା ବେଳେ ଅଘଟଣ: କୂଅରେ ପଡ଼ି ଚାଲିଗଲା ହାତୀଛୁଆର ଜୀବନ                   

ନୟାଗଡ଼/ରଣପୁର,୨୩।୧୧(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ଖୋର୍ଦ୍ଧା ବନଖଣ୍ଡ ନୟାଗ ଜିଲା ରଣପୁର ବନାଞ୍ଚଳ ପାତେଳେଶ୍ୱର ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରେ ଥିବା ପରିତ୍ୟକ୍ତ କୂଅରେ ପଡି...

ଜେଲ ଗଲେ ବିଜେଡି ନେତା: କରୁଥିଲେ ଏହି କାମ

ନୟାଗଡ଼/ ରଣପୁର, ୧୫।୧୧ (ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ବେକାର ଯୁବକମାନଙ୍କୁ ବିଭିନ୍ନ ସରକାରୀ ସଂସ୍ଥାରେ ଚାକିରି କରାଇଦେବା କହି ଲକ୍ଷାଧିକ ଟଙ୍କା ଠକି ନେଇଥିବା...

ଗାଁରେ ଡକାୟତ ଆତଙ୍କ: ଜଣଙ୍କୁ ଧରି ଉତ୍ତମମଧ୍ୟମ ଦେଲେ ଗ୍ରାମବାସୀ

ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ ଟାଉନ ଥାନା ଶୁଳିଆ ଗାଁରେ ବିଳମ୍ବିତ ରାତିରେ ଘଟିଛି ବୋମାମାଡ଼। ଶୁଳିଆ ଗାଁରେ ରାସ୍ତା କାମ ଚାଲୁଥିବାରୁ ଦୁଇଜଣ ଯୁବକ ସିମେଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri