ବିଡିଓ, ତହସିଲଦାରଙ୍କୁ ସଂଘବଦ୍ଧ ଆକ୍ରମଣ ଉଦ୍ୟମ, ୩ ଅଟକ

ଯାଜପୁର ଅଫିସ,୧୮ା୪: ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଁଚି ପଞ୍ଚାୟତର ଗୋପୀନାଥପୁର ବଡ଼କଇଁଚି ଗ୍ରାମରେ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ରସୁଲପୁର ବିଡିଓ ଉମାକାନ୍ତ ପରିଡ଼ା ଓ ତହସିଲଦାର ଜ୍ୟୋତିକାନ୍ତ ଭୂଜବଳଙ୍କୁ ଆକ୍ରମଣ ଉଦ୍ୟମ କରିଥିଲେ। ଶନିବାର ପୂର୍ବାହ୍ନରେ ଜିଲାପାଳ ରଞ୍ଜନ କୁମାର ଦାସ କରୋନା ସ୍ଥିତି ଅନୁଧ୍ୟାନ ସହ ବିଭିନ୍ନ ସ୍ଥାନରେ ସାମାଜିକ ଦୂରତ୍ୱ ଅନୁପାଳନ ସମ୍ପର୍କରେ ରସୁଲପୁର ବ୍ଲକର ବିଭିନ୍ନ ସ୍ଥାନକୁ ପରିଦର୍ଶନ କରିଥିଲେ। ତାଙ୍କ ସହ ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତିଙ୍କ ସହ ରସୁଲପୁର ବିଡିଓ, ତହସିଲଦାର ଓ କୁଆଖିଆ ଥାନା ଆଇଆଇସି ମନୋଜ କୁମାର ସ୍ବାଇଁ ପ୍ରମୁଖ ପରିଦର୍ଶନରେ ଯାଇଥିଲେ। ତେବେ ଗୋପୀନାଥପୁରଠାରେ ୩ ଜଣ ଅଜଣା ଯୁବକ ମୋଟରସାଇକେଲରେ ଦ୍ରୁତ ଗତିରେ ବିନା ମାସ୍କରେ ଯାଉଥିବା ବେଳେ ବିଡିଓ ଓ ତହସିଲଦାର ସେମାନଙ୍କୁ ଅଟକାଇଥିଲେ। ସେମାନେ ନ ଅଟକି ତୀବ୍ର ଗତିରେ ଗାଁକୁ ପଶି ଯାଇଥିଲେ। ଉଭୟ ଅଧିକାରୀ ଗାଁକୁ ଯାଇ ସେମାନଙ୍କୁ ବିନା ମାସ୍କରେ କାହିଁକି ବୁଲୁଛ ବୋଲି ଦାଗିଦ୍‌ କରି ଫାଇନ୍‌ କାଟିବାକୁ କହିଥିଲେ। ପରେ ୫୦/୬୦ ବ୍ୟକ୍ତି ସଂଘବଦ୍ଧ ଭାବେ ଦୁଇ ଅଧିକାରୀଙ୍କୁ ଆକ୍ରମଣ କରିଥିଲେ। ଖବର ପାଇ ଜିଲାପାଳ ସେଠାରେ ପହଞ୍ଚି ଘଟଣା ସମ୍ପର୍କରେ ପଚାରିବାରୁ ଆଇନ ଉଲ୍ଲଂଘନକାରୀମାନେ ଉପସ୍ଥିତ ସମସ୍ତ ସରକାରୀ କର୍ମଚାରୀଙ୍କୁ ସଂଘବଦ୍ଧ ଆକ୍ରମଣ ଉଦ୍ୟମ କରିଥିଲେ। ତେବେ ଜିଲାପାଳଙ୍କ ନିର୍ଦ୍ଦେଶ ପରେ ପୋଲିସ ପହଞ୍ଚିବାରୁ ଆକ୍ରମଣକାରୀ ଛତ୍ରଭଙ୍ଗ ଦେଇଥିଲେ। ପୋଲିସ ଆକ୍ରମଣକାରୀଙ୍କ ମଧ୍ୟରୁ ରାଜନ ଖାଁ, ପରଭେଜ୍‌ ଖାଁ, ସୋଫିଆନ ରାଜ୍‌ ଖାଁଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି। ଏ ସମ୍ପର୍କରେ ଏସ୍‌ପି ଚରଣ ସିଂ ମିନା ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri