ବିଡୋ ପଞ୍ଚାୟତରେ ୩୨.୨୭ ଲକ୍ଷର ଦୁର୍ନୀତି

ଓଡ଼ାପଡ଼ା, ୧୯ା୬(ଡି.ଏନ.ଏ.)

ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବିଡୋ ପଞ୍ଚାୟତରେ ବଡ଼ଧରଣର ଦୁର୍ନୀତି ହୋଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ସରପଞ୍ଚ ଭଗବାନ ସାହୁଙ୍କୁ ଗୁରୁବାର ଗିରଫ କରାଯାଇଛି। ଏଥିପୂର୍ବରୁ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସୁକାନ୍ତ ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିବା ବେଳେ ସେ ଫେରାର ଅଛନ୍ତି। ବିଡିଓ ଦାଶରଥି ଜେନାଙ୍କ ଅଭିଯୋଗକୁ ଭିତ୍ତିକରି ମୋଟଙ୍ଗା ଥାନାରେ ନଂ. ୧୩୩/୨୦, ଦଫା ୪୦୯ ଓ ୩୪ରେ ମାମଲା ରୁଜୁ କରାଯାଇଛି। ବିଭାଗ ପକ୍ଷରୁ ଘଟଣାର ଖୋଳତାଡ଼ ଆରମ୍ଭ ହୋଇଥିବାବେଳେ ଏହାର ସ୍ବତନ୍ତ୍ର ଅଡିଟ୍‌ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।
ଅଭିଯୋଗ ଅନୁଯାୟୀ, ବିଡୋ ପଞ୍ଚାୟତକୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟପାଇଁ ଆସିଥିବା ୩୨ଲକ୍ଷ ୨୭ହଜାର ୧୮ଟଙ୍କାକୁ ସରକାରୀ ନିୟମ ଉଲ୍ଲଂଘନ କରି ସରପଞ୍ଚ ଏବଂ ପିଇଓ ହଡ଼ପ କରିଛନ୍ତି। କେନ୍ଦ୍ର ଅର୍ଥ କମିଶନ ଓ ରାଜ୍ୟ ଅର୍ଥ କମିଶନଙ୍କ ବିଭିନ୍ନ ଯୋଜନା ବାବଦକୁ ଏହି ଅର୍ଥ ଦିଆଯାଇଥିଲା। ବର୍ଷକ ମଧ୍ୟରେ ଅଧିକାଂଶ ପଞ୍ଚାୟତ ୫୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରି ସାରିଥିବା ବେଳେ ବିଡୋ ପଞ୍ଚାୟତରେ ୧ଲକ୍ଷ ଟଙ୍କାରୁ କମ୍‌ ଅର୍ଥ ଖର୍ଚ୍ଚ ହୋଇଥିବା ଜଣାପଡିଥିଲା। ଏହାକୁ ନେଇ ସନ୍ଦେହ ହେବାରୁ ବିଭାଗ ପକ୍ଷରୁ ଖୋଳତାଡ଼ କରାଯାଇଥିଲା। କୌଣସି କାମ କରା ନ ଯାଇ ୩୨ଲକ୍ଷ ୨୭ ହଜାର ୧୮ଟଙ୍କା ହଡ଼ପ କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। କେବଳ ଭତ୍ତା ବାବଦ ୪ଲକ୍ଷ ୬୪ ହଜାର ଟଙ୍କା ଚଳୁ କରାଯାଇଛି। ବର୍ଷେ ହେଲା କ୍ୟାଶବୁକ୍‌ ଅପ୍‌ଡେଟ୍‌ କରାଯାଇନାହିଁ। ରେକର୍ଡପତ୍ର ଠିକ୍‌ ନ ଥିବା ଖୋଳତାଡ଼ ବେଳେ ଜଣାପଡ଼ିଛି।
ଏ ନେଇ ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା କୁହନ୍ତି, ବିଡୋ ପଞ୍ଚାୟତରେ ସରକାରୀ ଅର୍ଥ ଅନିୟମିତତା ହୋଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପିଇଓଙ୍କୁ ନିଲମ୍ବନ କରାଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ଆର୍ଥତ୍କ ଅନିୟମିତତା ଘଟଣାରେ ସରପଞ୍ଚଙ୍କୁ ଗିରଫ କରାଯାଇଛି। ସରପଞ୍ଚଙ୍କୁ ନିଲମ୍ବନ ଏବଂ ପଞ୍ଚାୟତର ସ୍ବତନ୍ତ୍ର ଅଡିଟ୍‌ କରିବା ପାଇଁ ସରକାରଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri