ବିଦାୟ ନେଲା ମୌସୁମୀ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ବିଦାୟ ନେଇଛି। ମଙ୍ଗଳବାର ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଓଡ଼ିଶାରୁ ମୌସୁମୀ ବିଦାୟ ନେବା ୫ ଦିନ ବିଳମ୍ବ ହୋଇଛି। ସାଧାରଣତଃ ଅକ୍ଟୋବର ୧୦ ତାରିଖ ମଧ୍ୟରେ ମୌସୁମୀ ଓଡ଼ିଶାରୁ ଅପସରି ଯାଇଥାଏ। ଆଗମନ ବିଳମ୍ବ ହେବାରୁ ଚଳିତ ବର୍ଷ ରାଜସ୍ଥାନରୁ ମୌସୁମୀ ଅପସାରଣ ମାସେ ଘୁଞ୍ଚିଯାଇଛି। ରାଜସ୍ଥାନରୁ ସାଧାରଣତଃ ସେପ୍ଟେମ୍ବର ୧ ତାରିଖରୁ ମୌସୁମୀ ବିଦାୟ ନେବା କଥା ପାଣିପାଗ ବିଭାଗ ଘୋଷଣା କରିଥାଏ। ଚଳିତ ବର୍ଷ ଅକ୍ଟୋବର ୯ ତାରିଖରେ ଘୋଷଣା କରାଯାଇଥିଲା। ଏପରି ବ୍ୟତିକ୍ରମ ୧୯୬୧ ମସିହାରେ ମୌସୁମୀ ଅକ୍ଟୋବର ୧ ତାରିଖରେ ଏବଂ ୨୦୦୭ରେ ସେପ୍ଟେମ୍ବର ୩୦ ତାରିଖରେ ରାଜସ୍ଥାନରେଦେଖାଦେଇଥିଲା। ଓଡ଼ିଶାରେ ପ୍ରାୟତଃ ସ୍ବାଭାବିକ ରହିଛି ।
ଚଳିତ ବର୍ଷ ମୌସୁମୀ ରାଜ୍ୟରେ ଭଲ ବର୍ଷା ଦେଇଛି। ଜୁନ ପହିଲାରୁ ସେପ୍ଟେମ୍ବର ୩୦ ତାରିଖ ମଧ୍ୟରେ ସ୍ବାଭାବିକଠାରୁ ୭ ପ୍ରତିଶତ ଅଧିକ ବର୍ଷା ହୋଇଛି। ଏପରି କି କୋରାପୁଟ, ପୁରୀ, ସୋନପୁର, ବରଗଡ଼, ଗଞ୍ଜାମ ଏବଂ ଝାରସୁଗୁଡ଼ାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ଅନ୍ୟ ୨୪ଟି ଜିଲାରେ ବର୍ଷା ସ୍ବାଭାବିକ ହୋଇଛି। ରାଜ୍ୟର କୌଣସି ଜିଲାରେ ନିଅଣ୍ଟିଆ ବର୍ଷା ହୋଇ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଜୁନ ପହିଲାରୁ ସେପ୍ଟେମ୍ବର ୩୦ ହେଉଛି ମୌସୁମୀ ଅବଧି। ଏହି ସମୟରେ ସମଗ୍ର ରାଜ୍ୟରେ ସ୍ବାଭାବିକ ଭାବେ ୧୧୫୫ ମିଲିମିଟର ବର୍ଷା ସ୍ଥଳେ ହୋଇଛି ୧୨୩୩ ମିଲିମିଟର। ଅକ୍ଟୋବର ୧ରୁ ୧୫ ତାରିଖ ମଧ୍ୟରେ ବର୍ଷା ପରିମାଣ ହ୍ରାସ ପାଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ୧୫ ଦିନ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୬୪.୪ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୫୯ ମିଲିମିଟର। ୧୦ ପ୍ରତିଶତ ବର୍ଷା କମ୍‌ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ଏହି ସମୟରେ କୋରାପୁଟ, ମାଲକାନଗିରି, ଗଜପତି ଓ ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୧୭ ଓ ୧୮ ତାରିଖରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri