ବିଦା ହେଲେ ୨୧ ଦୁର୍ନୀତିଗ୍ରସ୍ତ ଟିକସ ଅଧିକାରୀ

ନୂଆଦିଲ୍ଲୀ,୨୭-୧୧: ଆୟକର ବିଭାଗରୁ ୨୧ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ କେନ୍ଦ୍ର ସରକାର ବିଦା କରିଦେଇଛନ୍ତି। ଚାକିରୀ ଶେଷ କରିବା ପୂର୍ବରେ ଏମାନଙ୍କୁ ସେବା ନିବୃତ୍ତ କରାଯାଇଥିବା ଜଣାପଡିଛି। ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନର ୫ମ ସଂସ୍କରଣରେ କେନ୍ଦ୍ର ସରକାର ଏଭଳି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ସୂଚନା ମୁତାବକ ସେବା ନିବୃତ୍ତ ନିୟମ ୫୬ଜେ ଅନୁସାରେ ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଚଳିତ ବର୍ଷ ଜୁନ ପରଠାରୁ ଏଭଳି କଠୋର ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି। ଏଥିରେ ମୋଟ ୮୫ ଟିକସ ଅଧିକାରୀ ବିଦା ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୬୪ ଜଣ ଉଚ୍ଚ ସ୍ତରର ଅଧିକାରୀ ରହିଛନ୍ତି। ଏମାନଙ୍କ ମଧ୍ୟରେ ସିବିଡିଟିର ୧୨ ଜଣ ଅଧିକାରୀ ରହିଛନ୍ତି।
ସରକାର ସେପ୍ଟେମ୍ବରରେ ୧୫ ଅଧିକାରୀଙ୍କୁ ସେବାନିବୃତ୍ତ କରିଥିଲେ। ଚଳିତ ଥର ବିଦା ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ମୁମ୍ବାଇ କାର୍ଯ୍ୟାଳୟର ୩ ଏବଂ ଥାନେର ୨ ଅଧିକାରୀ ସାମିଲ ଅଛନ୍ତି। ଅନ୍ୟ ଅଧିକାରୀମାନେ ବିଶାଖାପାଟଣା, ହାଇଦ୍ରାବାଦ, ହଜରୀବାଗ, ନାଗପୁର, ରାଜକୋଟ, ଯୋଧପୁର, ମାଧୋପୁର ଏବଂ ବିକାନେର, ଇନ୍ଦୋର ଏବଂ ଭୋପାଳ ଭଳି ସ୍ଥାନଗୁଡିକରେ ନିଯୁକ୍ତି ପାଇଥିଲେ। ଦୁର୍ନୀତିଗ୍ରସ୍ତ ଟିକସ ଅଧିକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲାରେ ତାଙ୍କ ଭାଷଣରେ କହିଥିଲେ। ତାପରଠାରୁ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉଛି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଅଧିକାରୀ ଲାଞ୍ଚ ନେବା ସମୟରେ ଧରା ପଡିଥିଲେ। ସେହିଭଳି ଚଳିତ ବର୍ଷ ଜୁନରେ ପରୋକ୍ଷ କର ଏବଂ ସୀମା ଟିକସ ବୋର୍ଡ (ସିବିଆଇସି) ୧୫ ଅଧିକାରୀଙ୍କୁ ଦୁର୍ନୀତିରେ ସମ୍ପୃକ୍ତି ନେଇ ବିଦା କରି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri