ବିଦେଶରୁ ଆସିଛନ୍ତି ୧୫ ଲକ୍ଷ ଯାତ୍ରୀ

ନୂଆଦିଲ୍ଲୀ,୨୯ା୩: ପ୍ରାଣଘାତୀ କରୋନାକୁ ରୋକିବା ଲାଗି କେନ୍ଦ୍ର ସରକାର ବହୁବିଧ ପଦକ୍ଷେପ ଗ୍ରହଣ କରିଛନ୍ତି। ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ବିଦେଶରୁ ଆସୁଥିବା ଯାତ୍ରୀଙ୍କ ଉପରେ କଡ଼ା ନଜର ରଖିବା ଲାଗି କୁହାଯାଇଛି। ଗତ ଜାନୁୟାରୀ ୧୮ରୁ ଏପର୍ଯ୍ୟନ୍ତ ଭାରତକୁ ମୋଟ ୧୫ ଲକ୍ଷ ଯାତ୍ରୀ ବିଦେଶରୁ ଫେରିଥିବା କ୍ୟାବିନେଟ ସଚିବ ରାଜୀବ ଗୌବା ସୂଚନା ଦେଇଛନ୍ତି। ଏଥିଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଶାସନିକ ଅଧିକାରୀମାନେ ଯତ୍ନଶୀଳ ହୋଇ ପଦକ୍ଷେପ ଗ୍ରହଣ କରିବାକୁ ସେ ପତ୍ର ମାଧ୍ୟମରେ ପରାମର୍ଶ ଦେଇଛନ୍ତି। ସେମାନଙ୍କୁ ତୁରନ୍ତ ଚିହ୍ନଟ କରିବା ଓ ପରୀକ୍ଷାନିରୀକ୍ଷା କରିବା ଲାଗି ଗୌବା ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ କିଛିଦିନ ଆମ ଲାଗି ଗୁରୁୂତ୍ୱପୂର୍ଣ୍ଣ। କାହା ପାଖରେ ଯଦି କିଛି କରୋନା ଲକ୍ଷଣ ଦେଖାଯାଏ, ତେବେ ତାଙ୍କୁ ତୁରନ୍ତ ହସ୍ପିଟାଲରେ କ୍ୱାରାଣ୍ଟାଇନ୍‌ କରାଯାଇ ସ୍ଥାନୀୟ ଅଧିକାରୀ ପଦକ୍ଷେପ ନେଇପାରିବେ। ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଗୌବା ପରାମର୍ଶ ଦେଇଛନ୍ତି। ବିଦେଶାଗତଙ୍କୁ ତୁରନ୍ତ ଚିହ୍ନଟ କରିବା ଓ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କଠାରେ ଦେଖାଦେଉଥିବା ବିଭିନ୍ନ ଲକ୍ଷଣକୁ ପରଖିବା ମୁଖ୍ୟ କାମ। ଏହାକୁ ଅବହେଳା କଲେ ପରିସ୍ଥିତି ସଙ୍ଗିନ ହୋଇପଡ଼ିବ ବୋଲି ଗୌବା କହିଛନ୍ତି। ବିମାନବନ୍ଦରଗୁଡ଼ିକରେ ସ୍କ୍ରିନିଂ କରାଯାଉଥିଲେ ହେଁ ବାହାରୁ ଆସିଥିବା ଲୋକଙ୍କ ପ୍ରତି ଅଧିକ ଧ୍ୟାନ ଦିଆଯିବାର ଆବଶ୍ୟକତା ରହିଛି। ଯେପରି କରୋନା ମହାମାରୀ ନ ବ୍ୟାପେ ସେଥିପ୍ରତି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସତର୍କ ଓ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri