ବିଦେଶରୁ ଫେରିଥିବା ଭଉଣୀ ଗୀତା ମେହେଟ୍ଟାଙ୍କ ନାମକୁ ପଞ୍ଜୀକୃତ କଲେ ନବୀନ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା ସତର୍କତାମୂଳକ ପଦକ୍ଷେପସ୍ବରୂପ ରାଜ୍ୟ ସରକାରଙ୍କ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ପଞ୍ଜୀକରଣକୁ ବାଧ୍ୟତାମୂଳକ କରାଯାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଉଣୀ ଗୀତା ମେହେଟ୍ଟାଙ୍କ ନାମ ସରକାରୀ ପୋର୍ଟାଲରେ ବୁଧବାର ପଞ୍ଜୀକୃତ କରିଛନ୍ତି। ଏହାଛଡ଼ା ବିଦେଶରୁ ଆସୁଥିବା ସମସ୍ତଙ୍କ ପରିବାର ସଦସ୍ୟ ଓ ବନ୍ଧୁମାନଙ୍କ ବିଷୟରେ ସବିଶେଷ ତଥ୍ୟ ଦେବାକୁ ମୁଖ୍ୟମନ୍ତ୍ରୀ ଟୁଇଟ୍‌ ଯୋଗେ ନିବେଦନ କରିଛନ୍ତି। ଏହାଦ୍ୱାରା ଓଡ଼ିଶାକୁ କରୋନା ଭୂତାଣୁରୁ ରକ୍ଷା କରିବାରେ ସାହାଯ୍ୟ କରିହେବ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଯୁକ୍ତରାଷ୍ଟ୍ର ଆମେରିକାରେ ଜଗନ୍ନାଥ ମନ୍ଦିର ସମ୍ପର୍କିତ କେତେକ କାର୍ଯ୍ୟକ୍ରମରେ ଯୋଗଦେଇ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ସରକାରୀ ପୋର୍ଟାଲରେ ନିଜ ସହ ପରିବାର ସଦସ୍ୟଙ୍କ ପଞ୍ଜୀକରଣ କରାଇଥିଲେ। ଏହାପରେ ଗଜପତି ସପରିବାର ଭୁବନେଶ୍ୱରସ୍ଥିତ ବାସଭବନରେ ୧୪ ଦିନ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ଏହି ସମୟରେ ସେ ସରକାରଙ୍କ ପକ୍ଷରୁ କରୋନା ସମ୍ପର୍କିତ ନିର୍ଦ୍ଦେଶାବଳୀର ପାଳନ କରିବେ ବୋଲି କହିଥିଲେ। ସେହିଭଳି ଆଇଏଏସ୍‌ ଭିନିଲ କ୍ରିଷ୍ଣା ମଧ୍ୟ ବିଦେଶରୁ ଫେରି ହୋମ କ୍ୱାରେଣ୍ଟାଇନ୍‌ରେ ଥିବା ଭିଡିଓ ଯୋଗେ କହିବା ସହ ସମସ୍ତଙ୍କୁ ସଚେତନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri