ବିଦେଶରୁ ବାଲେଶ୍ୱରକୁ ଫେରିଲେ ୫: ପ୍ରଶାସନ ପକ୍ଷରୁ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା

ବାଲେଶ୍ୱର ଅଫିସ,୨୩।୩: ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବାବେଳେ ସବୁଦିଗରୁ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି। ଏହି ପରିସ୍ଥିତିରେ ସୋମବାର ବିଦେଶରୁ ବାଲେଶ୍ୱର ଜିଲାକୁ ପୁଣି ୫ ଜଣ ଫେରିଛନ୍ତି। ଏମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ କରୋନା ଭୂତାଣୁମୁକ୍ତ ଥିବାରୁ ସେମାନଙ୍କୁ ଛାଡ଼ି ଦିଆଯିବା ସହ ସମସ୍ତଙ୍କୁ ୧୪ ଦିନ ଅଲଗା ରହିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ।