ବିଦେଶରୁ ମୃତଦେହ ଆଣିବା ପାଇଁ ଅଣ୍ଟା ଭିଡ଼ିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୬।୨- କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବିଦେଶରେ ମୃତ୍ୟୁବରଣ କରିଥିବା ଦୁଇ ଓଡ଼ିଆ ଯୁବକଙ୍କ ମରଶରୀରକୁ ଆଣିବା ପାଇଁ ଅଣ୍ଟା ଭିଡ଼ିଥିବାର ଜଣାପଡ଼ିଛି।
ପରିବାରର ଗୁଜୁରାଣ ମେଣ୍ଟାଇବା ପାଇଁ ଜାପାନର ଏକ ହୋଟେଲରେ କାମ କରୁଥିବା ଅବସ୍ଥାରେ ଶ୍ୱାସରୁଦ୍ଧ ହୋଇ ବାଲେଶ୍ୱର ଜିଲାର ସେକ୍‌ ମନ୍‌ତାଜ ଓ ଯାଜପୁର ଜିଲା ସେକ୍‌ ବାରୁଦ୍ଦିନ ନାମକ ଦୁଇଜଣ ଗରୀବ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଏହି ଖବର ପାଇ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ମର୍ମାହତ ହୋଇଥିଲେ। ଏଥିସହ ତୁରନ୍ତ ସେମାନଙ୍କ ମରଶରୀରକୁ ଭାରତକୁ ଫେରାଇ ଆଣି ପରିବାରବର୍ଗଙ୍କୁ ହସ୍ତାନ୍ତର କରିବା ପାଇଁ ବୈଦେଶିକ ବିଭାଗ ମନ୍ତ୍ରୀ ଏସ ଜୟଶଙ୍କର ଓ ବିଭାଗୀୟ ସଚିବଙ୍କୁ ଚିଠି ଲେଖିଛନ୍ତି। ପରେ ବିଦେଶ ବିଭାଗ ମନ୍ତ୍ରୀଙ୍କ ସହ ସାକ୍ଷାତ କରି ଏ ସମ୍ପର୍କରେ ଆଲୋଚନା କରି ଦୁଇ ମୃତ ଯୁବକଙ୍କ ମୃତଦେହ ସରକାରୀ ଖର୍ଚ୍ଚରେ ଭାରତ ଆଣିବା ପାଇଁ ଅନୁରୋଧ କରିଛନ୍ତି। ତତ୍‌ ସଙ୍ଗେ ଜାପାନରେ ଥିବା ଭାରତୀୟ ଦୂତାବାସ ସହ କଥା ମଧ୍ୟ ହୋଇଛନ୍ତି। ମୃତ ଦେହ ଫେରାଇ ଆଣିବା ପାଇଁ ବୈଦେଶିକ ବିଭାଗ ପକ୍ଷରୁ କାଗଜପତ୍ର ପ୍ରସ୍ତୁତ କରାଯାଉଥିବାର ଜଣାପଡ଼ିଛି। ଏଥିନେଇ ସମ୍ପୃକ୍ତ ବିଭାଗର ମନ୍ତ୍ରୀ ଓ ସଚିବଙ୍କୁ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ...

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ...

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର...

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା...

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ...

ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ

ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ...

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri