ବିଦେଶରେ ଏମ୍‌ବିବିଏସ୍‌ ଡିଗ୍ରୀ ଲାଗି ଗ୍ଲୋବାଲ ଫୋକସର ପଦକ୍ଷେପ

ଭୁବନେଶ୍ୱର,୧୯-୫: ବିଦେଶରେ ଏମ୍‌ବିବିଏସ୍‌ ଡିଗ୍ରୀ ଲାଗି ଗ୍ଲୋବାଲ ଫୋକସ ଏଜୁକେଶନ ଗ୍ରୁପ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାରୀ ମେଡିକାଲ କଲେଜଗୁଡିକରେ ସିଟ୍‌ ସଂଖ୍ୟା କମ୍‌ ରହୁଥିବା ବେଳେ ଘରୋଇ ମେଡିକାଲ କଲେଜରେ ପାଠ ପଢିବା ବ୍ୟୟବହୁଳ । ଏଭଳି ସ୍ଥିତିରେ ୟୁକ୍ରେନରେ ନ୍ୟାଶନାଲ ମେଡିକାଲ ୟୁନିଭର୍ସିଟି ସମେତ ଅନ୍ୟାନ୍ୟ ଜାତୀୟ ସ୍ତରର ମେଡିକାଲ ପ୍ରତିଷ୍ଠାନଗୁଡିକରେ ଡାକ୍ତରୀ ଶିକ୍ଷା ଗ୍ରହଣ ଲାଗି ଗ୍ଳୋବାଲ ଫୋକସ ପକ୍ଷରୁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଚଳିତ ବର୍ଷ ଉକ୍ତ ପ୍ରତିଷ୍ଠାନଗୁଡିକରେ ନାମଲେଖା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି।
ଏହି ପ୍ରତିଷ୍ଠାନଗୁଡିକ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଏବଂ ମେଡିକାଲ କାଉନସିଲ ଅଫ୍‌ ଇଣ୍ଡିଆର ସ୍ବୀକୃତି ପ୍ରାପ୍ତ। ଜାତୀୟ ସ୍ତରର ପ୍ରବେଶିକା ପରିକ୍ଷା ନିଟ୍‌ରେ ସଫଳ ହୋଇଥିବା ଛାତ୍ରୀଛାତ୍ର ଏହି ପ୍ରତିଷ୍ଠାନଗୁଡିକରେ ନାମ ଲେଖାଇବାକୁ ଯୋଗ୍ୟ ବିବେଚିତ ହେବେ ବୋଲି ଗ୍ଲୋବାଲ ଫୋକସର ଏମ୍‌ଡି ଅବଦୁଲ ଜାହିର ସୂଚନା ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ ବିଦେଶରେ ପାଠପଢା, ରହିବା ଏବଂ ଭାରତୀୟ ଖାଦ୍ୟ ବ୍ୟବସ୍ଥାକୁ ଧ୍ୟାନରେ ରଖାଯାଉଥିବା ଜାହିର କହିଛନ୍ତି। ସେହିଭଳି ୟୁକ୍ରେନର ଥିମା ସରକାରୀ ବିଶ୍ୱବିଦ୍ୟାଳୟ,ଖାଲକିବ୍‌ ୟୁନିଭର୍ସିଟି ଭଳି ପ୍ରତିଷ୍ଠାନ ସହ ସହବନ୍ଧିତ ଥିବା ବେଳେ ଛାତ୍ରୀଛାତ୍ରଙ୍କ ଲାଗି ସ୍କଲାରଶିପ ବ୍ୟବସ୍ଥା ମଧ୍ୟ କରାଯାଇଛି। ପ୍ରତିବର୍ଷ ରାଜ୍ୟରୁ ୧୨୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ୟୁକ୍ରେନରେ ଡାକ୍ତରୀ ଶିକ୍ଷା ଗ୍ରହଣ ଲାଗି ସୁବିଧା କରାଯାଉଛି। ଆଶାୟୀ ଛାତ୍ରୀଛାତ୍ର ଭୁବନେଶ୍ୱର ଶହୀଦନଗର କାର୍ଯ୍ୟାଳୟ ସମେତ ବ୍ରହ୍ମପୁର, ସମ୍ବଲପୁର କାର୍ଯ୍ୟାଳୟ ସହ ସମ୍ପର୍କ କରିବାକୁ ଜାହିର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri