ବିଦେଶାଗତଙ୍କ ଉପରେ ନଜର: ମାର୍ଚ୍ଚ ୪ ପରେ ଆସିଥିବା ବ୍ୟକ୍ତିଙ୍କୁ ୪୮ ଘଣ୍ଟା ମହଲତ,ନାମପଞ୍ଜୀକରଣ କଲେ ମିଳିବ ୧୫ ହଜାର ଟଙ୍କା

ଭୁବନେଶ୍ୱର,୧୬।୩(ବ୍ୟୁରୋ)- ବିଦେଶରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି। ସେମାନେ ପହଞ୍ଚିବାର ୨୪ ଘଣ୍ଟା ମଧ୍ୟରେ ଟୋଲ୍‌ ଫ୍ରି ନମ୍ବର ୧୦୪କୁ କଲ୍‌ କରି କିମ୍ବା ଅନଲାଇନ ପୋର୍ଟାଲ https://covid19.odisha.gov.in ଜରିଆରେ ନିଜର ନାମ ପଞ୍ଜୀକୃତ କରି ପାରିବେ। ସମ୍ପୃକ୍ତି ବିଦେଶାଗତ ବ୍ୟକ୍ତିଙ୍କୁ ନିଜର ଟେଲିଫୋନ ନମ୍ବର ସହିତ ସମସ୍ତ ବିବରଣୀ ଦେବାକୁ ପଡିବ। ଯଦି କେହି ପହଞ୍ଚିବା ପୂର୍ବରୁ ନିଜର ନାମ ପଞ୍ଜୀକୃତ କରିବେ ତାହା ଅତ୍ୟନ୍ତ ସ୍ବାଗତ ଯୋଗ୍ୟ । ସେହିପରି ମାର୍ଚ୍ଚ ୩ ତାରିଖ ମଧ୍ୟ ରାତ୍ର କିମ୍ବା ୪ ତାରିଖ ପରେ ଆସିଥିବା ଲୋକମାନଙ୍କୁ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ନାମ ପଞ୍ଜୀକରଣ କରିବାକୁ କୁହାଯାଇଛି। ମାର୍ଚ୍ଚ ୧୭ ତାରିଖ ସକାଳ ୬ଟାରୁ ୧୯ ତାରିଖ ସନ୍ଧ୍ୟା ୬ଟା ଯାଏ ନାମ ପଞ୍ଜୀକରଣ କରିବାକୁ ସମୟ ଧାର୍ଯ୍ୟ କରାଯାଇଛି। ସେମାନଙ୍କୁ ନିଜ ଘରେ କିମ୍ବା ହସ୍ପିଟାଲରେ ଚିକିତ୍ସା କରାଯିବ। ସୋମବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଯେଉଁ ବିଦେଶାଗତ ବ୍ୟକ୍ତିମାନେ ନାମ ପଞ୍ଜୀକୃତ କରିବେ ସେମାନେ ନିଜ ଘରେ ଅଲଗା ହୋଇ ରହିବେ। ସେମାନଙ୍କୁ ପ୍ରୋତ୍ସାହନ ରାଶି ଭାବେ ୧୫ ହଜାର ଟଙ୍କା ମଧ୍ୟ ପ୍ରଦାନ କରାଯିବ। ଏଥିସହିତ ସେହି ସନ୍ଦିଗ୍ଧ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ଉପରେ ବରାବର ନଜର ରଖାଯିବା ସହିତ ୧୪ ଦିନ ପରିବାରର ଅନ୍ୟ ସଦସ୍ୟଙ୍କ ଠାରୁ ଘରେ ଅଲଗା ରଖାଯିବ। ପ୍ରତ୍ୟେକ ଦିନ ସ୍ବାସ୍ଥ୍ୟ ବିଷୟରେ ଜାଣିବା ଏବଂ ଆବଶ୍ୟକ ପରାମର୍ଶ ଦେବା ପାଇଁ କେତେକ ବାଧ୍ୟତାମୂଳକ ଟେଲିଫୋନ କଲ୍‌ କରାଯିବ। ଏହାଦ୍ୱାରା ବିଦେଶରୁ ଆସିଥିବା ବ୍ୟକ୍ତିଙ୍କୁ ଠାବ କରାଯିବା ସଙ୍ଗେ ସଙ୍ଗେ ସେମାନଙ୍କୁ ନିଜ ଘରେ ଅଲଗା ରଖିବା ପାଇଁ ପ୍ରୋତ୍ସାହନ କରାଯାଇ ପାରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଯଦି କୌଣସି ବ୍ୟକ୍ତି ଏହି ନିର୍ଦ୍ଦେଶନାମାକୁ ପାଳନ ନ କରିବେ ସେମାନଙ୍କ ବିରୋଧରେ ଭାରତୀୟ ପିଙ୍ଗଳକୋଡ ଅନୁଯାୟୀ ଫୌଜଦାରି ମାମଲା ରୁଜୁ କରାଯିବ। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଏହି ରେଗୁଲେଶନ ଆସନ୍ତା ଏପ୍ରିଲ ୧୫ ତାରିଖ ଯାଏ ବଳବତ୍ତର ରହିବ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ସମୟ ସୀମାକୁ ମଧ୍ୟ ବୃଦ୍ଧି କରାଯାଇ ପାରିବ। ଲୋକମାନଙ୍କୁ କରୋନା ଭୂତାଣୁର ଭୟାବହତାରୁ ସୁରକ୍ଷା ଦେବା ସକାଶେ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri