Posted inଖେଳ

ବିଦେଶୀ ଖେଳାଳିଙ୍କ ବିନା ଆଇପିଏଲ୍‌ର ମାନେ କିଛି ନାହିଁ: ଓ୍ବାଡିଆ

ନୂଆଦିଲ୍ଳୀ,୩୦।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଏକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ହୋଇଥିବାରୁ ବିଦେଶୀ ଖେଳାଳିଙ୍କ ବିନା ଏହା ଆୟୋଜନ ହୋଇପାରିବ ନାହିଁ ବୋଲି କିଙ୍ଗ୍ସ ଏକାଦଶ ପଞ୍ଜାବର ଅନ୍ୟତମ ମାଲିକ ନେସ୍‌ ଓ୍ବାଡିଆ କହିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଇପିଏଲ୍‌ ନେଇ ଅନ୍ତିମ ନିଷ୍ପତ୍ତି ନେବାର ସମୟ ଆସିନାହିଁ। ବିଦେଶୀ ଖେଳାଳିଙ୍କ ବିନା ଆଇପିଏଲ୍‌ର ମାନେ କିଛି ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।

ସେପ୍ଟେମ୍ବର-ଅକ୍ଟୋବରରେ ଆଇପିଏଲ୍‌ ଆୟୋଜନ କରିବାକୁ ବିସିସିଆଇ ଚାହୁଁଛି। କୋଭିଡ୍‌-୧୯ ମହାମାରୀ କାରଣରୁ ଆଇପିଏଲ୍‌ ଏବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଛି। ଯଦି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅକ୍ଟୋବର-ନଭେମ୍ବରରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଆୟୋଜନ ନ ହୁଏ ତେବେ ଆଇପିଏଲ୍‌ ଆୟୋଜନର ସମ୍ଭାବନା ବଢିବ। ପୂର୍ବରୁ ଯାତ୍ରାଜନିତ କଟକଣାକୁ ଦୃଷ୍ଟିରେ ରଖି କେବଳ ଭାରତୀୟ ଖେଳାଳିଙ୍କୁ ନେଇ ଆଇପିଏଲ ଆୟୋଜନ କରିବାକୁ ରାଜସ୍ଥାନ ରୟାଲ ପ୍ରସ୍ତାବ ଦେଇଥିଲା। ଏହାକୁ ଚେନ୍ନାଇ ସୁପର କିଙ୍ଗ୍ସ ପ୍ରସ୍ତାବ ପ୍ରତ୍ୟାଖ୍ୟାନ କରିଥିଲା।
ବିଶ୍ୱସ୍ତରୀୟ ଖେଳାଳିଙ୍କୁ ନେଇ ଖେଳାଯାଉଥିବାରୁ ଆଇପିଏଲ୍‌ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟର ମାନ୍ୟତା ପାଇଛି। ବିଶ୍ୱର ଏହା ସର୍ବଶ୍ରେଷ୍ଠ ଟି୨୦ ଲିଗ୍‌ ହିସାବରେ ପରିଗଣିତ ହେଉଛି। ତେଣୁ ଏହି ଲିଗ୍‌ ପାଇଁ ଅନ୍ତର୍ଜାତୀୟ ପ୍ଲାଟ୍‌ଫର୍ମ ଓ ଖେଳାଳି ଆବଶ୍ୟକ ବୋଲି ଓ୍ବାଡିଆ କହିଛନ୍ତି। କୋଭିଡ୍‌-୧୯ ମହାମାରୀ କାରଣରୁ ଏବେଠାରୁ ଆଇପିଏଲ୍‌ ନେଇ କିଛି କହିବା ଅସମ୍ଭବ। ଜର୍ମାନୀରେ ଫୁଟବଲ ଆରମ୍ଭ ହେଲାଣି। ସେହିପରି ଇପିଏଲ୍‌ ମଧ୍ୟ ଆରମ୍ଭ ହେବ। କିନ୍ତୁ ମହାମାରୀ ନେଇ ଭାରତରେ ଏବେ ବହୁ ଚ୍ୟାଲେଞ୍ଜ ରହିଛି। ଆଇପିଏଲ୍‌ ଦେଖିବାକୁ ଭାରତୀୟ ପ୍ରଶଂସକ ଅପେକ୍ଷା କରିଛନ୍ତି। ଲିଗ୍‌ ଆୟୋଜନ ହେଲେ ସେମାନେ ବହୁତ ଖୁସି ହେବେ ବୋଲି ଓ୍ବାଡିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri