ବିଦେଶୀ ପର୍ଯ୍ୟଟକଙ୍କ ଡାଟାବେସ୍‌ ପ୍ରସ୍ତୁତ ହେବ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି ଅନ୍ୟ ସମସ୍ତ ବିଭାଗ ଭଳି ବ୍ୟାପକ ପ୍ରସ୍ତୁତି କରିଛି ରାଜ୍ୟ ପର୍ଯ୍ୟଟନ ବିଭାଗ। କରୋନା ଭୂତାଣୁ ସଂକ୍ରମଣରେ ଚାଇନା ପରେ ଏବେ ଇଟାଲୀ ସର୍ବାଧିକ ପ୍ରଭାବିତ ହୋଇଛି। ଏପରିସ୍ଥଳେ ଓଡ଼ିଶାରେ ଏବେ ଏକାଧିକ ଇଟାଲୀୟ ପର୍ଯ୍ୟଟକ ଚିନ୍ତା ବଢ଼ାଇଛି। ସେମାନେ ନିଜ ତଥ୍ୟ ଯେପରି ସହଜରେ ଓ ସୁବିଧାରେ ଦେଇପାରିବେ ସେଥିପାଇଁ ବିଭାଗ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ପର୍ଯ୍ୟଟକଙ୍କ ଉପରେ ନଜର ରଖିବାକୁ ସମସ୍ତ ଜିଲାପାଳ, ପର୍ଯ୍ୟଟନ ଅଧିକାରୀ, ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ପୋଲିସକୁ କଡ଼ା ଚେତାବନୀ ଦିଆଯାଇଛି। ଏନେଇ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭାଗର ବରିଷ୍ଠ ଅଧିକାରୀମାନେ ଆଲୋଚନା କରିଛନ୍ତି। ସେହିଭଳି ରାଜ୍ୟରେ ରହିଥିବା ସମସ୍ତ ବିଦେଶୀ ପର୍ଯ୍ୟଟକଙ୍କ ଏକ ଡାଟାବେସ୍‌ ପ୍ରସ୍ତୁତ କରିବାକୁ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।
ଅନ୍ୟପକ୍ଷରେ କରୋନା ଭୟାବହତା ଲାଗି ମାର୍ଚ୍ଚ ମାସରେ ପର୍ଯ୍ୟଟକଙ୍କ ଆଗମନରେ ବ୍ୟାପକ ହ୍ରାସ ଘଟିଛି। ତେଣୁ ଚଳିତ ବର୍ଷ ପର୍ଯ୍ୟଟନ ଶିଳ୍ପ ଗୁରୁତର କ୍ଷତିର ସମ୍ମୁଖୀନ ହେବ ବୋଲି ଆଶଙ୍କା ପ୍ରକାଶ ପାଇଛି। ପର୍ଯ୍ୟଟନ ବିଭାଗର ତଥ୍ୟ ଅନୁସାରେ, ଫେବୃୟାରୀ ୧ରୁ ମାର୍ଚ୍ଚ ୧୨ ମଧ୍ୟରେ ରାଜ୍ୟକୁ ପ୍ରାୟ ୫,୦୭୮ ଜଣ ପର୍ଯ୍ୟଟକ ଆସିଛନ୍ତି। ଫେବୃୟାରୀ ମାସରେ କେବଳ ପୁରୀକୁ ୧,୨୦୪ ଜଣ ପର୍ଯ୍ୟଟକ ଆସିଥିବାବେଳେ ମାର୍ଚ୍ଚରେ ମାତ୍ର ୨୩୧ ଜଣ ଆସିଛନ୍ତି। ସେହିଭଳି ଫେବୃୟାରୀରେ ଖୋର୍ଦ୍ଧା ଜିଲାକୁ ୨,୨୬୯ ଜଣ ବିଦେଶୀ ପର୍ଯ୍ୟଟକ ଆସିଥିବାବେଳେ ମାର୍ଚ୍ଚରେ ମାତ୍ର ୨୫୬ ଜଣ ଆସିଛନ୍ତି। କୋଣାର୍କକୁ ୬୩୦ ବିଦେଶୀ ପର୍ଯ୍ୟଟକ ଆସିଥିବା ବେଳେ କୋରାପୁଟ ଓ କନ୍ଧମାଳ ଜିଲାର ବିଭିନ୍ନ ଆଦିବାସୀ ଅଞ୍ଚଳରେ ୨୦୦ ବିଦେଶୀ ପର୍ଯ୍ୟଟକ ବୁଲିଛନ୍ତି। ତେବେ ଅଧିକାଂଶ ବିଦେଶୀ ପର୍ଯ୍ୟଟକ ଇଂଲଣ୍ଡ, ଆମେରିକା, ଜର୍ମାନୀ ସମେତ ବିଭିନ୍ନ ୟୁରୋପୀୟ ରାଷ୍ଟ୍ରରୁ ଆସିଥିବାବେଳେ ପ୍ରାୟ ୨୦୦ ପର୍ଯ୍ୟଟକ ଇଟାଲୀରୁ ଆସିଛନ୍ତି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ସୁଦ୍ଧା ପୁରୀ, କୋଣାର୍କ, ଚିଲିକା ଓ ସାତପଡ଼ା ଭଳି ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ଯିବା ଆସିବା ଉପରେ ଅଙ୍କୁଶ ଲଗାଯାଇଛି। ପର୍ଯ୍ୟଟଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଏବଂ ଚିକତ୍ସା ସୁବିଧା ଯୋଗାଇ ଦେବାକୁ ବିଭାଗ ପକ୍ଷରୁ ଏକ ଡାକ୍ତରୀ ଦଳ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri