ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ ,୧୯ା୪-କରୋନା ଦୃଷ୍ଟିରୁ ସାରା ଭାରତରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ଓଡ଼ିଶାରେ ମଧ୍ୟ ଲକ୍‌ଡାଉନ ବଳବତ୍ତର ଥିବା ବେଳେ ରାଜ୍ୟର ସମସ୍ତ ମଦ ଦୋକାନ ବନ୍ଦ ରହିଛି। ହେଲେ ରବିବାର ସକାଳେ ବୈଦ୍ୟନାଥପୁର ପୋଲିସ ଖୋଡଡାସିଂ ନିକଟସ୍ଥ ଏକ ଫାଇନାନ୍ସ ସଂସ୍ଥା ପାଖ ଏସି ରୁମରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଥିବା ଥାନାଧିକାରୀ ସାରଦା ପ୍ରସନ୍ନ ଦାସ ସୂଚନା ଦେଇଛନ୍ତି। ଜଣେ ଚାଲାଣକାରୀଙ୍କୁ ମଧ୍ୟ ଗିରଫ କରାଯାଇଛି ବୋଲି ସେ କହିଛନ୍ତି। ଘଟଣାସ୍ଥଳରୁ ପୋଲିସ ୬୦୮ ବୋତଲ ବିଭିନ୍ନ ବ୍ରାଣ୍ଡର ବିଦେଶୀ ମଦ ଜବତ କରିଛି। ଜବତ ମଦ ୧୨୩ ଲିଟର ବୋଲି ସେ କହିଛନ୍ତି। ଅଭିଯୁକ୍ତ ଜଣଙ୍କ ହିଞ୍ଜଳିକାଟୁ ଅଞ୍ଚଳର ବାବୁରାମ ବେହେରା। ନଂ. ୯୭/୨୦ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri