ବିଦେଶୀ ମଦ ଦୋକାନକୁ ବିରୋଧ କଲା କୁଇ ସମାଜ: ୨୫ ସୁଦ୍ଧା ବନ୍ଦ ନ ହେଲେ ଆନ୍ଦୋଳନ

ଫୁଲବାଣୀ ଅଫିସ, ୧୯ା୧୧- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ବୈରୀକୂମ୍ପାଠାରେ ଖୋଲିଥିବା ସରକାରୀ ବିଦେଶୀ ମଦ ଦେକାନକୁ ସ୍ଥାନୀୟ ଅଞ୍ଚଳବାସୀ ବିରୋଧ କରୁଛନ୍ତି। ତୁରନ୍ତ ଉକ୍ତ ଦୋକାନ ବନ୍ଦ କରିବାକୁ ଦାବି ହୋଇ ଆସୁଛି। ଏପରିକି କିଛିଦିନ ତଳେ ଲୋକେ ଏ ନେଇ ଜିଲାପାଳଙ୍କୁ ଭେଟିଥିଲେ। ତଥାପି ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ ା ଆସନ୍ତା ୨୫ ତାରିଖ ମଧ୍ୟରେ ମଦ ଦୋକାନ ବନ୍ଦ କରା ନ ଗଲେ ଆଇନକୁ ହାତକୁ ନିଆଯିବ ବୋଲି କୁଇ ସମାଜ ଏକ ରାଲି ମାଧ୍ୟମରେ ଚେତାବନୀ ଦେଇଛି ା କୁଇ ସମାଜ କର୍ମକର୍ତ୍ତା ପ୍ରଥମେ ଏକ ବୈଠକ କରିଥିଲେ ା ପରେ ସମସ୍ତ ସଦସ୍ୟ ଏବଂ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସଭ୍ୟାମାନେ କେଳାପଡାରୁ ଏକ ରାଲିରେ ବାହାରି ମଦ ଦୋକାନ ହୋଇଥିବା ଭୃଙ୍ଗିଯୋଡି ପର୍ଯ୍ୟନ୍ତ ଯାଇ ମଦ ବିକ୍ରି ବନ୍ଦ କରିବାକୁ ଦୋକାନୀଙ୍କୁ ଚେତାବନୀ ଦେଇଥିଲୋ ମଦ ଦୋକାନ ହେବା ଦ୍ୱାରା ଏଠାରେ ବହୁ ସମସ୍ୟାର ସମ୍ମୁଖିନ୍ନ ହେଉଛୁ ା ତେଣୁ କୌଣସି ପରିସ୍ଥିତିରେ ଏହାକୁ ବରଦାସ୍ତ କରାଯିବ ନାହିଁ ବୋଲି କୁଇ ସମାଜର ସମ୍ପାଦକ ବୁନା କହଁର, ପ୍ରଫୁଲ୍ଲ ପ୍ରଧାନ ପ୍ରକାଶ କରିଛନ୍ତି। କେଳାପଡା ଓ ଭୃଙ୍ଗିଯୋଡି ପଞ୍ଚାୟତ ମଧ୍ୟ ଭାଗରେ ଏହି ବିଦେଶୀ ମଦ ଦୋକାନ ଖୋଲାଯାଇଛି ା ଲୋକେ ଯାହା ରୋଜଗାର କରୁଛନ୍ତି ତାହା ନିଶା ପାଣିରେ ଉଡାଉଛନ୍ତି। ଦୋକାନ ପାଖାପାଖି ୨ଟି ବିଦ୍ୟାଳୟ, ଅଙ୍ଗନୱାଡି କେନ୍ଦ୍ର, ତ୍ରିନାଥ ମନ୍ଦିର ଏବଂ ଛୋଟ ବସ୍‌ଷ୍ଟପ ରହିଛି ା ତେଣୁ ମଦ ଦୋକାନ ତୁରନ୍ତ ବନ୍ଦ ହେବା ଦରକାର ବୋଲି ମହିଳା ସଂଘର ଅନିତା ମୁଖୀ, ଯୁବକ ସଂଘର ସୁବଳ କହଁର, ମହେଶ୍ୱର କହଁର, ରାଜେନ୍ଦ୍ର କହଁର ପ୍ରମୁଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?