ବିଦେଶ ଫେରନ୍ତାଙ୍କୁ ନେଇ ଗାଁରେ ଉତ୍ତେଜନା

ନାଉଗଁ।, ୨୯।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଶ୍ୱବାସୀ ଆତଙ୍କିତ ରହିଥିବା ବେଳେ ବାହାର ରାଜ୍ୟକୁ କାର୍ଯ୍ୟ କରିବାକୁ ଯାଇ ଗଁାକୁ ଫେରୁଥିବା ଶ୍ରମିକମାନଙ୍କୁ ନେଇ ଏବେ ବିଭିନ୍ନ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏପରିକି ବିଦେଶାଗତଙ୍କୁ ଗ୍ରାମରେ ନ ରଖିବା ପାଇଁ କେତେକ ଗ୍ରାମବାସୀ ପ୍ରଶାସନ ନିକଟରେ ଅଭିଯୋଗ କରୁଛନ୍ତି। ଜଗତ୍‌ସିଂହପୁର ଜିଲା ନାଉଗଁ। ବ୍ଲକ ଅଞ୍ଚଳରେ ଏଭଳି ଘଟଣା ଦେଖାଯାଇଛି। ଉକ୍ତ ବ୍ଲକର ବିଭିନ୍ନ ଗ୍ରାମକୁ ରାଜ୍ୟ ଓ ଦେଶ ବାହାରୁ ଶତାଧିକ ଲୋକ ଆସିଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ଗଠିତ ଟିମ୍‌ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପରେ ସେମାନେ ହୋମ୍‌ କ୍ୱାରାଣ୍ଟାଇନରେ ରହିଛନ୍ତି। ହେଲେ ସେମାନେ ଗ୍ରାମରେ ରହିଲେ କରୋନା ଭୂତାଣୁ ସଂକ୍ରମଣ ବ୍ୟାପିବା ଭୟରେ କେତେକ ଗ୍ରାମରେ ଉତ୍ତେଜନା ସୃଷ୍ଟି ହେଉଥିବା ଦେଖାଯାଉଛି।
ରବିବାର ସୁଦ୍ଧା ନାଉଗଁା ବ୍ଲକ ଅଞ୍ଚଳର ୨୦୯ ଜଣ ରାଜ୍ୟ ବାହାରୁ ଆସିଥବବା ବେଳେ ୧୧ ଜଣ ଦେଶ ବାହାରୁ ଆସିଥିବା ବ୍ଲକ ପ୍ରଶସନ ନିକଟରୁ ଖବର ମିଳିଛି। ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ହୋମକ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସେମାନଙ୍କ ଉପରେ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି। ରାଜ୍ୟ ବା ଦେଶ ବାହାରୁ ଆସିଥିବା ଲୋକମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଆଇସୋଲେଶନ ସେଣ୍ଟର କରାଯାଇଛି। ସେହିପରି ଗରିବ, ଅସହାୟ, ଦିନ ମଜୁରିଆମାନଙ୍କ ପାଇଁ ରନ୍ଧା ଖାଦ୍ୟ ପ୍ରସ୍ତୁତ କରି ଯୋଗାଇବା ପାଇଁ ସମସ୍ତ ପଞ୍ଚାୟତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମ ଦିନରେ ଗଜରାଜପୁର ଓ ଘୋଡାଂଶରେ ରନ୍ଧା ଖାଦ୍ୟ ଦିଆଯିବାର ବ୍ୟବସ୍ଥା କରାଯାଇଛି ବୋଲି ଜିପିଓ ଦିନେଶ ରାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri