ବିଦେଶ ଫେରନ୍ତାଙ୍କୁ ନେଇ ଗାଁରେ ଉତ୍ତେଜନା

ନାଉଗଁ।, ୨୯।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଶ୍ୱବାସୀ ଆତଙ୍କିତ ରହିଥିବା ବେଳେ ବାହାର ରାଜ୍ୟକୁ କାର୍ଯ୍ୟ କରିବାକୁ ଯାଇ ଗଁାକୁ ଫେରୁଥିବା ଶ୍ରମିକମାନଙ୍କୁ ନେଇ ଏବେ ବିଭିନ୍ନ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏପରିକି ବିଦେଶାଗତଙ୍କୁ ଗ୍ରାମରେ ନ ରଖିବା ପାଇଁ କେତେକ ଗ୍ରାମବାସୀ ପ୍ରଶାସନ ନିକଟରେ ଅଭିଯୋଗ କରୁଛନ୍ତି। ଜଗତ୍‌ସିଂହପୁର ଜିଲା ନାଉଗଁ। ବ୍ଲକ ଅଞ୍ଚଳରେ ଏଭଳି ଘଟଣା ଦେଖାଯାଇଛି। ଉକ୍ତ ବ୍ଲକର ବିଭିନ୍ନ ଗ୍ରାମକୁ ରାଜ୍ୟ ଓ ଦେଶ ବାହାରୁ ଶତାଧିକ ଲୋକ ଆସିଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ଗଠିତ ଟିମ୍‌ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପରେ ସେମାନେ ହୋମ୍‌ କ୍ୱାରାଣ୍ଟାଇନରେ ରହିଛନ୍ତି। ହେଲେ ସେମାନେ ଗ୍ରାମରେ ରହିଲେ କରୋନା ଭୂତାଣୁ ସଂକ୍ରମଣ ବ୍ୟାପିବା ଭୟରେ କେତେକ ଗ୍ରାମରେ ଉତ୍ତେଜନା ସୃଷ୍ଟି ହେଉଥିବା ଦେଖାଯାଉଛି।
ରବିବାର ସୁଦ୍ଧା ନାଉଗଁା ବ୍ଲକ ଅଞ୍ଚଳର ୨୦୯ ଜଣ ରାଜ୍ୟ ବାହାରୁ ଆସିଥବବା ବେଳେ ୧୧ ଜଣ ଦେଶ ବାହାରୁ ଆସିଥିବା ବ୍ଲକ ପ୍ରଶସନ ନିକଟରୁ ଖବର ମିଳିଛି। ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ହୋମକ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସେମାନଙ୍କ ଉପରେ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି। ରାଜ୍ୟ ବା ଦେଶ ବାହାରୁ ଆସିଥିବା ଲୋକମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଆଇସୋଲେଶନ ସେଣ୍ଟର କରାଯାଇଛି। ସେହିପରି ଗରିବ, ଅସହାୟ, ଦିନ ମଜୁରିଆମାନଙ୍କ ପାଇଁ ରନ୍ଧା ଖାଦ୍ୟ ପ୍ରସ୍ତୁତ କରି ଯୋଗାଇବା ପାଇଁ ସମସ୍ତ ପଞ୍ଚାୟତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମ ଦିନରେ ଗଜରାଜପୁର ଓ ଘୋଡାଂଶରେ ରନ୍ଧା ଖାଦ୍ୟ ଦିଆଯିବାର ବ୍ୟବସ୍ଥା କରାଯାଇଛି ବୋଲି ଜିପିଓ ଦିନେଶ ରାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri