ବିଦେଶ ଫେରନ୍ତାଙ୍କ ତଥ୍ୟ ସଂଗ୍ରହ

ଅନୁଗୋଳ ଅଫିସ୍‌, ୧୯।୩ : ଅନୁଗୋଳ ଜିଲାରେ କରୋନା ମୁକାବିଲା କରିବାକୁ ଜିଲା ପ୍ରଶାସନ ତପତ୍ର ହୋଇଛି। ବୁଧବାର ମୁଖ୍ୟ ଶାସନ ସଚିବଙ୍କ ସହ ଭିଡ଼ିଓ କନଫରେନ୍ସ ସରିବା ପରେ ଅଧିକାରୀମାନେ ସଜାଗ ରହିଛନ୍ତି। ବିଦେଶ ତଥା ଆକ୍ରାନ୍ତ ରାଜ୍ୟ ଫେରନ୍ତାଙ୍କ ଉପରେ ବିଶେଷ ଭାବେ ନଜର ରଖାଯାଇଛି। ସେମାନଙ୍କ ବିଷୟରେ ସମସ୍ତ ତଥ୍ୟ ସଂଗ୍ରହ କରାଯାଇ ଜିଲାପାଳଙ୍କୁ ପ୍ରଦାନ କରାଯାଉଛି। ଅନ୍ୟପକ୍ଷରେ ଗୋଟିଏ ସ୍ଥାନରେ ଗହଳି କରୁଥିବା ଲୋକଙ୍କୁ ପୋଲିସ ଘଉଡାଉଥିବା ଦେଖିବାକୁ ମିଳିଛି।
ଯେଉଁମାନେ ବିଦେଶରୁ ଫେରିଛନ୍ତି, ସେମାନଙ୍କୁ ନିଜ ଘରେ ଆଇସୋଲେଶନ୍‌ ଗୃହରେ ରଖିବାକୁ ପରାମର୍ଶ ଦିଆଯାଇଛି। ସେମାନଙ୍କର ନାମ, ବୟସ, ଠିକଣା ଓ କେଉଁ ଦେଶରୁ କେବେ ଫେରିଛନ୍ତି, ତାହାର ହିସାବ ମଧ୍ୟ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ପାଇଁ ସମାନ ବ୍ୟବସ୍ଥା କରାଯାଉଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ଜିଲାର ହିତାଧିକାରୀଙ୍କୁ ଅଗ୍ରୀମ ୩ ମାସର ଭତ୍ତା ପ୍ରଦାନ କରାଯିବାକୁ ନିର୍ଦ୍ଦେଶ ରହିଛି। ସେହିପରି ୩ରୁ ୬ ବର୍ଷ ବୟସର ଶିଶୁମାନଙ୍କ ପାଇଁ ଉଦ୍ଦିଷ୍ଟ ଖାଦ୍ୟ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକାମାନେ ସେମାନଙ୍କ ଘରେ ନେଇ ପହଞ୍ଚାଇବାକୁ କୁହାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍‌ରେ ଅନ୍ତର୍ଭୂକ୍ତ ଥିବା ହିତାଧିକାରୀ ଓ ରାଶନ ଉପଭୋକ୍ତାଙ୍କ ପାଇଁ ଆଗାମୀ ୩ ମାସ ପର୍ଯ୍ୟନ୍ତ ଚାଉଳ, ଗହମ ଓ କିରୋସିନ ଯୋଗାଇ ଦିଆଯିବାର ବ୍ୟବସ୍ଥା ଜିଲାରେ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri