Posted inଜାତୀୟ

ବିଦ୍ରୋହୀଙ୍କୁ ଅଯୋଗ୍ୟ ଘୋଷଣା କର: କଂଗ୍ରେସ

ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକରେ ଶାସକ ମେଣ୍ଟ ସରକାରକୁ ବଞ୍ଚାଇବା ପାଇଁ କଂଗ୍ରେସ ମଙ୍ଗଳବାର ବାଚସ୍ପତିଙ୍କ ହସ୍ତକ୍ଷେପ ଲୋଡ଼ିଛି। ବିଦ୍ରୋହୀ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଦଳ ଦାବି କରିବା ସହ ଭାଜପା ପ୍ରଲୋଭନ ଦେଖାଇବା ଲାଗି ଅର୍ଥବଳ ବ୍ୟବହାର କରୁଛି ବୋଲି କଂଗ୍ରେସ ଅଭିହିତ କରିଛି।
କଂଗ୍ରେସ ବିଧାୟକ ଦଳ (ସିଏଲ୍‌ପି) ନେତା ସିଦ୍ଦାରାମାୟାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ଦଳର ୧୧ ବିଦ୍ରୋହୀଙ୍କ ସମେତ ୨୦ ବିଧାୟକ ଅନୁପସ୍ଥିତ ରହିଥିଲେ। ଇସ୍ତଫା ଦେଇଥିବା ବିଧାୟକମାନେ ସରକାର ଭାଙ୍ଗିବା ପାଇଁ ଭାଜପା ସହ ହାତ ମିଳାଇଥିବାରୁ ସେମାନଙ୍କ କ୍ଷେତ୍ରରେ ଦଳବଦଳ ଆଇନ ଲାଗୁ ହେବା ଉଚିତ। ଗଣତନ୍ତ୍ରକୁ ବଞ୍ଚାଇବା ଲାଗି ବାଚସ୍ପତି ସେମାନଙ୍କୁ ଅଯୋଗ୍ୟ ଘୋଷଣା କରନ୍ତୁ ବୋଲି କଂଗ୍ରେସ ପକ୍ଷରୁ ଏକ ପିଟିଶନ ଦିଆଯାଇଛି। ବୈଠକରେ ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ, କେପିସିସି କାର୍ଯ୍ୟକାରୀ ସଭାପତି ଈଶ୍ୱର ଖାଣ୍ଡରେ, ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱର ଉପସ୍ଥିତ ଥିଲେ। ଅନୁପସ୍ଥିତ ରହିଥିବା ବିଧାୟକଙ୍କ ମଧ୍ୟରୁ ୭ ଜଣ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ପୂର୍ବରୁ ଅନୁମତି ନେଇଥିବାରୁ ସେମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ବାଚସ୍ପତିଙ୍କ ନିକଟରେ ଦାବି କରାଯାଇନାହିଁ। ଏହା ପୂର୍ବରୁ କଂଗ୍ରେସ ନେତାମାନେ ବିଧାନସୌଧ ପରିସର ମହାମତ୍ା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri