ବିଦ୍ୟାର୍ଥୀଙ୍କ ଉପରେ ବସ୍ତାନି ବୋଝ

କୋରାପୁଟ,୧୬।୭(ଅମିତାଭ ବେହେରା)ବିଦ୍ୟାର୍ଥୀଙ୍କ କାନ୍ଧରେ ବସ୍ତାନି ବୋଝକୁ ଲାଘବ କରିବା ପାଇଁ କୋରାପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ସଚେତନ କରାଯାଇଛି। ଶନିବାର ଏନେଇ ବିଦ୍ୟାଳୟ ପରିସରରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଛି। ଆଗାମୀ ଦିନରେ ବିଦ୍ୟାଳୟରେ ପତଳା ସ୍କୁଲ ବ୍ୟାଗ ସମ୍ପର୍କରେ ସର୍ଭେ କରାଯିବ। କେଉଁ ଶ୍ରେଣୀର ଛାତ୍ରୀଛାତ୍ର କେତେ ଓଜନର ବ୍ୟାଗ ନେଇ ସ୍କୁଲ ଆସୁଛନ୍ତି ଯାଞ୍ଚ କରାଯିବ ବୋଲି କେନ୍ଦ୍ରୀୟ ବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ସରକାର କେଉଁ ଶ୍ରେଣୀର ପିଲାମାନେ କେତେ ଓଜନର ବ୍ୟାଗ ନେଇ ସ୍କୁଲ ଯିବେ ସେ ସମ୍ପର୍କରେ ନିୟମ ରହିଥିବାବେଳେ ଏହା ବିଦ୍ୟାଳୟଗୁଡିକରେ ସଠିକ କାର୍ଯ୍ୟକାରୀ ହେଉନାହଁି ା ନିୟମ ସତ୍ୱେ ପିଲାଙ୍କ ବ୍ୟାଗ ବୋଝ କମୁନାହଁି। ଯାହାଦ୍ୱାରା ପିଲାଙ୍କ ଉପରେ ଅଧିକ ଶାରୀରିକ ବୋଝ ପଡୁଛି। ଏ ଦିଗରେ ଅଭିଭାବକମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ କେନ୍ଦ୍ରୀୟ ବିଦ୍ୟାଳୟରେ ଏକ ସଚେତନ ଶିବିର କରାଯାଇଥିଲା। କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ଅରବିନ୍ଦ ବିଶ୍ୱାଳ ଏଥିରେ ସଭାପତିତ୍ୱ କରିଥିଲେ। ଆଲୋଚନା ବେଳେ ଉପସ୍ଥିତ ଅନେକ ଶିକ୍ଷକ ପିଲାଙ୍କ ବ୍ୟାଗର ଓଜନ ବଢିବା ପଛରେ ବଜାରରେ ମିଳୁଥିବା ବିଭିନ୍ନ ଫ୍ୟାନ୍‌ସି ଉପକରଣ ଦାୟୀ ବୋଲି କହିଥିଲେ। ଅଭିଭାବକମାନେ ପିଲାଙ୍କ ବ୍ୟାଗରେ ଖାଦ୍ୟର ପରିମାଣ ତୁଳନାରେ ବଡ ଟିଫିନ ବାକ୍ସ ଦେବା, ଓଜନିଆ ପାଣି ବ୍ୟାଗ ଦେଉଥିବାରୁ ବ୍ୟାଗଟି ଅଧିକ ଓଜନ ହୋଇ ପିଲାଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଏ। ଏହାଦ୍ୱାରା ପିଲାଙ୍କ ମେରୁଦଣ୍ଡ ଉପରେ ଅଧିକ ଚାପ ପଡେ। ସେମାନଙ୍କ ମାନସିକ ଓ ଶାରୀରିକ ବିକାଶରେ ବାଧା ଉପୁଜିଥାଏ ବୋଲି ଆଲୋଚନା ବେଳେ ମତ ପ୍ରକାଶ ପାଇଥିଲା। ଆବଶ୍ୟକ ନ ଥିବା ଜିନିଷକୁ ବ୍ୟାଗରେ ନ ରଖିବା, ବେଶୀ ଓଜନର ପାଣି ବୋତଲ ନ ରଖିବା, ମୋଟା ବହିକୁ ସେମିଷ୍ଟର ହିସାବରେ ଭାଗ କରିଦେବା ଲାଗି ଅଭିଭାବକମାନଙ୍କୁ ଅବଗତ କରାଯାଇଥିଲା। କାର୍ଯ୍ୟକ୍ରମରେ ତାଲିମଦାତା ଭାବେ ଶିକ୍ଷକ ତରୁଣ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri