ବିଦ୍ୟାଳୟରେ ତାଲା ପକାଇବା ଘଟଣା: ବିଇଓ ଏବଂ ସ୍କୁଲ ପରିଚାଳନା କମିଟିର ଆଲୋଚନା; ୨୬ ଓ ୨୭ରେ ହେବ ବିଧିବଦ୍ଧ ତଦନ୍ତ

ଆନନ୍ଦପୁର,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ କୋଚିଆନେଣ୍ଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କମିଟି ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପଲତା ପଟ୍ଟନାୟକଙ୍କ ବିରୋଧରେ ଗତ ଶନିବାର ଏକ ଅଭିଯୋଗପତ୍ର ଦାଖଲ କରାଯାଇଥିଲା। ଅଭିଯୋଗକୁ ଆଧାର କରି ସୋମବାର ବ୍ଲକ ଶିକ୍ଷାଧିକାରୀ କ୍ଷେତ୍ରମୋହନ ହାଁସଦା, ସିଆର୍‌ସିସି ଅନାମ ଚରଣ ମାଝି ବିଦ୍ୟାଳୟରେ ପହଞ୍ଚି ପରିଚାଳନା କମିଟି ସଦସ୍ୟଙ୍କ ସହିତ ଆଲୋଚନା କରିଛନ୍ତି। ଏହା ସହିତ ବିଦ୍ୟାଳୟକୁ ଆସୁଥିବା କମ୍ପୋଜିଟ୍‌ ଫଣ୍ଡ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି। ଏହି ଅର୍ଥରେ ବିଦ୍ୟାଳୟର ପାଠ୍ୟ ପୁସ୍ତକ, ବିଦ୍ୟାଳୟର ସାମୁହିକ ମରାମତି, ପାନୀୟ ଜଳର ବ୍ୟବସ୍ଥା, ଖେଳ ଉପକରଣ ଆଦିରେ ବିନିଯୋଗ ହେବ ବୋଲି ସେ ଅବଗତ କରାଇଛନ୍ତି। ଏହି ଅର୍ଥ ରିଜୋଲ୍ୟୁଶନ୍‌ କରାଯାଇ ବ୍ୟୟ କରାଯିବ ବୋଲି ସେ କହିଛନ୍ତି। ପରେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଓ ଅଭିଭାବକମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବିକରି ବିଦ୍ୟାଳୟର ହୋଇଥିବା ଅନିୟମିତତା ସମ୍ପର୍କରେ ଦେଇଥିବା ଅଭିଯୋଗ ପତ୍ର ସମ୍ପର୍କରେ ଆଲୋଚନା କରିଥିଲେ। ପରିଚାଳନା କମିଟି କରିଥିବା ଅଭିଯୋଗ ସମ୍ପୂର୍ଣ୍ଣ ତଥ୍ୟ ସମ୍ବଳିତ ଏବଂ ଏହା ତଦନ୍ତସାପେକ୍ଷ ବୋଲି ହାଁସଦା କହିଛନ୍ତି। ଏଥିଲାଗି ଚଳିତ ମାସ ୨୬ ଓ ୨୭ ତାରିଖରେ ୩ ଜଣ ଏବିଇଓ, ଆକାଉଟାଣ୍ଟଙ୍କ ଦ୍ୱାରା ତଦନ୍ତ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ବୋଲି ସେ କହିଛନ୍ତି। ତଦନ୍ତ ପରେ ଯାହା କିଛି ନିଷ୍ପତ୍ତି ନିଆଯିବ ବୋଲି ବିଇଓ କମିଟିର ସଦସ୍ୟ ଓ ଅଭିଭାବକମାନଙ୍କୁ ଜଣାଇଛନ୍ତି।
ସୂଚନାଯୋଗ୍ୟ, ବିଦ୍ୟାଳୟର ଅପରିଷ୍କାର ପରିବେଶ, ମଧ୍ୟାହ୍ନଭୋଜନ, ପାନୀୟ ଜଳ ସମସ୍ୟା, ଖେଳ ଉପକରଣ କିଣା ନ ଯିବା ଆଦିରେ ଅନିୟମିତତା ନେଇ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଫଳରେ ଅଭିଭାବକ ଶ୍ରେଣୀ ଗୃହରୁ ଛାତ୍ରୀଛାତ୍ରଙ୍କୁ ବାହାରକୁ ବାହାର କରି ତାଲା ପକାଇଦେଇଥିଲେ। ଏପରିକି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ତୁରନ୍ତ ବିଦ୍ୟାଳୟରୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?