ବିଦ୍ୟାଳୟରେ ପାଞ୍ଚ ମାସ ମଧ୍ୟାହ୍ନ ଭୋଜନ ବନ୍ଦ: ଜିଲାପାଳଙ୍କ ନିକଟରେ ଅଭିଯୋଗ କଲା ପରିଚାଳନା କମିଟି

ବରୀ,୨|୮(ସ୍ବ.ପ୍ର)- ବରୀ ବ୍ଲକ ଅଧୀନ ବାଲିବିଲି ପଞ୍ଚାୟତର କ୍ଷେମେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ପାଞ୍ଚ ମାସ ହେବ ମଧ୍ୟାହ୍ନ ଭୋଜନ ବନ୍ଦ ରହିଥିବା ଗୁରୁବାର ଯାଜପୁର ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥି ସହିତ ବିଦ୍ୟାଳୟ ପରିଚାଳନା କମିଟି (ଏସ୍‌ଏମ୍‌ସି) ଜମା ଖାତାରୁ ୩୦ହଜାର ଟଙ୍କା ହଡ଼ପ କରିଥିବା ନେଇ ଅଭିଯୋଗରେ ଦର୍ଶାଯାଇଛି। ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଦିଲ୍ଲୀପ୍‌ କୁମାର ନାୟକଙ୍କ ସମେତ ସମସ୍ତ ସଦସ୍ୟ ଅଭିଯୋଗ କରିଥିବା ଜଣାପଡ଼ିଛି।
ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଯାଏ ମୋଟ୍‌ ୪୦ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲେ। ମଧ୍ୟାହ୍ନ ଭୋଜନ ବନ୍ଦ ହୋଇଯିବାରୁ ଛାତ୍ରୀଛାତ୍ରଙ୍କ ଉପସ୍ଥାପନ କମିଯାଇ ୨୭ରେ ପହଞ୍ଚତ୍ଛି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଏ ସଂକ୍ରାନ୍ତରେ ଜାନୁୟାରୀ ୧୯ରେ ବରୀ ବ୍ଲକ୍‌ ଶିକ୍ଷାଧିକାରୀ, ୨୮ା୧ା୧୯ରେ ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା ବେଳେ ୨୫ ଫେବୃୟାରୀରେ ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ମଧ୍ୟାହ୍ନ ଭୋଜନ ଯୋଗାଇଆସୁଥିବା ହରପାର୍ବତୀ ସ୍ବୟଂ ସହାୟିକା ଗୋଷ୍ଠୀର ସଭାନେତ୍ରୀ ସୁନିତା ରାଉତ ଅଭିଯୋଗ କରିଥିଲେ। ବାରମ୍ବାର ଅଭିଯୋଗ ପରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଗୁରୁବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିବା ଏସ୍‌ଏମ୍‌ସି ଚେୟାର ପରର୍ସନ୍‌ ଦିଲ୍ଲୀପ୍‌ କୁମାର ନାୟକ କହିଛନ୍ତି। ମଧ୍ୟାହ୍ନ ଭୋଜନ ବନ୍ଦ ହେବା ଘଟଣାରେ ବରୀ ବ୍ଲକ୍‌ ଶିକ୍ଷାଧିକାରୀ, ଦାୟିତ୍ୱରେ ଥିବା ଏବିଓ ବାଙ୍କ ବିହାରୀ ପଣ୍ଡା ସମ୍ପୃକ୍ତ ବୋଲି କମିଟି ପକ୍ଷରୁ ଦାୟୀ କରାଯାଇଛି। ରୋଷେଇ ଘର ନିର୍ମାଣ ପାଇଁ ୫୯ ହଜାର ଟଙ୍କା ଆସିଥିବାବେଳେ ଏହା ବିଦ୍ୟାଳୟ ଜମା ଖାତାରେ ପଡ଼ିରହିଛି। ଏ ନେଇ ସାଧାରଣରେ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏ ସଂକ୍ରାନ୍ତରେ ପ୍ରଧାନଶିକ୍ଷକ ରାଜକିଶୋର ମଲ୍ଲିକଙ୍କୁ ପଚାରିବାରୁ ମଧ୍ୟାହ୍ନ ଭୋଜନ ବନ୍ଦ ହେବା ଘଟଣାକୁ ସ୍ବୀକାର କରିଥିଲେ। ମଧ୍ୟାହ୍ନ ଭୋଜନ ଦାୟିତ୍ୱରେ ଥିବା ହରପାର୍ବତୀ ସ୍ବୟଂ ସହାୟିକା ଗୋଷ୍ଠୀର କୌଣସି ରେକର୍ଡ଼ ପତ୍ର ନାହିଁ ବୋଲି କହିଥିଲେ। ଏହି ସ୍ବୟଂ ସହାୟକ ଗୋଷ୍ଠୀ ନିଜ ଘରେ ରୋଷେଇ କରି ଛାତ୍ରୀଛାତ୍ରଙ୍କୁ ଆଣି ଖାଇବାକୁ ଦେଉଥିବାରୁ ଏବେ ବନ୍ଦ କରିଦିଆଯାଇଛି। ତେବେ କୌଣସି ଟଙ୍କା ଏସ୍‌ଏମ୍‌ସି ଜମା ଖାତାରୁ ହଡ଼ପ କରାଯାଇ ନାହିଁ । ବରୀ ବ୍ଲକ୍‌ ଶିକ୍ଷାଧିକାରୀ ଅଭୟ କୁମାର ବେହେରାଙ୍କୁ ପଚାରିବାରୁ ଆସନ୍ତା ଶନିବାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri