ବିଦ୍ୟାଳୟରେ ପାଞ୍ଚ ମାସ ମଧ୍ୟାହ୍ନ ଭୋଜନ ବନ୍ଦ: ଜିଲାପାଳଙ୍କ ନିକଟରେ ଅଭିଯୋଗ କଲା ପରିଚାଳନା କମିଟି

ବରୀ,୨|୮(ସ୍ବ.ପ୍ର)- ବରୀ ବ୍ଲକ ଅଧୀନ ବାଲିବିଲି ପଞ୍ଚାୟତର କ୍ଷେମେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ପାଞ୍ଚ ମାସ ହେବ ମଧ୍ୟାହ୍ନ ଭୋଜନ ବନ୍ଦ ରହିଥିବା ଗୁରୁବାର ଯାଜପୁର ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥି ସହିତ ବିଦ୍ୟାଳୟ ପରିଚାଳନା କମିଟି (ଏସ୍‌ଏମ୍‌ସି) ଜମା ଖାତାରୁ ୩୦ହଜାର ଟଙ୍କା ହଡ଼ପ କରିଥିବା ନେଇ ଅଭିଯୋଗରେ ଦର୍ଶାଯାଇଛି। ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଦିଲ୍ଲୀପ୍‌ କୁମାର ନାୟକଙ୍କ ସମେତ ସମସ୍ତ ସଦସ୍ୟ ଅଭିଯୋଗ କରିଥିବା ଜଣାପଡ଼ିଛି।
ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଯାଏ ମୋଟ୍‌ ୪୦ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲେ। ମଧ୍ୟାହ୍ନ ଭୋଜନ ବନ୍ଦ ହୋଇଯିବାରୁ ଛାତ୍ରୀଛାତ୍ରଙ୍କ ଉପସ୍ଥାପନ କମିଯାଇ ୨୭ରେ ପହଞ୍ଚତ୍ଛି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଏ ସଂକ୍ରାନ୍ତରେ ଜାନୁୟାରୀ ୧୯ରେ ବରୀ ବ୍ଲକ୍‌ ଶିକ୍ଷାଧିକାରୀ, ୨୮ା୧ା୧୯ରେ ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା ବେଳେ ୨୫ ଫେବୃୟାରୀରେ ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ମଧ୍ୟାହ୍ନ ଭୋଜନ ଯୋଗାଇଆସୁଥିବା ହରପାର୍ବତୀ ସ୍ବୟଂ ସହାୟିକା ଗୋଷ୍ଠୀର ସଭାନେତ୍ରୀ ସୁନିତା ରାଉତ ଅଭିଯୋଗ କରିଥିଲେ। ବାରମ୍ବାର ଅଭିଯୋଗ ପରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଗୁରୁବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିବା ଏସ୍‌ଏମ୍‌ସି ଚେୟାର ପରର୍ସନ୍‌ ଦିଲ୍ଲୀପ୍‌ କୁମାର ନାୟକ କହିଛନ୍ତି। ମଧ୍ୟାହ୍ନ ଭୋଜନ ବନ୍ଦ ହେବା ଘଟଣାରେ ବରୀ ବ୍ଲକ୍‌ ଶିକ୍ଷାଧିକାରୀ, ଦାୟିତ୍ୱରେ ଥିବା ଏବିଓ ବାଙ୍କ ବିହାରୀ ପଣ୍ଡା ସମ୍ପୃକ୍ତ ବୋଲି କମିଟି ପକ୍ଷରୁ ଦାୟୀ କରାଯାଇଛି। ରୋଷେଇ ଘର ନିର୍ମାଣ ପାଇଁ ୫୯ ହଜାର ଟଙ୍କା ଆସିଥିବାବେଳେ ଏହା ବିଦ୍ୟାଳୟ ଜମା ଖାତାରେ ପଡ଼ିରହିଛି। ଏ ନେଇ ସାଧାରଣରେ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏ ସଂକ୍ରାନ୍ତରେ ପ୍ରଧାନଶିକ୍ଷକ ରାଜକିଶୋର ମଲ୍ଲିକଙ୍କୁ ପଚାରିବାରୁ ମଧ୍ୟାହ୍ନ ଭୋଜନ ବନ୍ଦ ହେବା ଘଟଣାକୁ ସ୍ବୀକାର କରିଥିଲେ। ମଧ୍ୟାହ୍ନ ଭୋଜନ ଦାୟିତ୍ୱରେ ଥିବା ହରପାର୍ବତୀ ସ୍ବୟଂ ସହାୟିକା ଗୋଷ୍ଠୀର କୌଣସି ରେକର୍ଡ଼ ପତ୍ର ନାହିଁ ବୋଲି କହିଥିଲେ। ଏହି ସ୍ବୟଂ ସହାୟକ ଗୋଷ୍ଠୀ ନିଜ ଘରେ ରୋଷେଇ କରି ଛାତ୍ରୀଛାତ୍ରଙ୍କୁ ଆଣି ଖାଇବାକୁ ଦେଉଥିବାରୁ ଏବେ ବନ୍ଦ କରିଦିଆଯାଇଛି। ତେବେ କୌଣସି ଟଙ୍କା ଏସ୍‌ଏମ୍‌ସି ଜମା ଖାତାରୁ ହଡ଼ପ କରାଯାଇ ନାହିଁ । ବରୀ ବ୍ଲକ୍‌ ଶିକ୍ଷାଧିକାରୀ ଅଭୟ କୁମାର ବେହେରାଙ୍କୁ ପଚାରିବାରୁ ଆସନ୍ତା ଶନିବାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri