ବିଦ୍ୟାଳୟରେ ରନ୍ଧା ଖାଦ୍ୟ ଦିଆଗଲାନି: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ଧାରଣା

ସିମୁଳିଆ, ୨୩।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କୁଣ୍ଡି ହରିହର ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ରନ୍ଧାଖାଦ୍ୟ ଦିଆ ନ ଯିବାରୁ ଗୁରୁବାର ଛାତ୍ରୀଛାତ୍ରୀ ଓ ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପରେ ଘଟଣାସ୍ଥଳରେ ଏବିଇଓ ବିଦ୍ୟାଧର ମହାଳିକ, ସିଆର୍‌ସିସି ଚକ୍ରଧର ବାରିକ ପ୍ରମୁଖ ପହଞ୍ଚତ୍ ଘଟଣା ସମ୍ପର୍କରେ ବୁଝାଶୁଝା କରିବା ସହିତ ଆସନ୍ତା ୨୭ତାରିଖଠାରୁ ରନ୍ଧା ଖାଦ୍ୟ ଦିଆଯିବା ନେଇ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ସୂଚନା ଯେ, ଗତ ୧ମାସ ଧରି ଉକ୍ତ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ରନ୍ଧାଖାଦ୍ୟ ଦିଆ ନ ଯାଇ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଉଥିଲା। ଏ ସମ୍ପର୍କରେ ପ୍ରଧାନଶିକ୍ଷକ ଲେଇପ ମାରାଣ୍ଡିଙ୍କୁ ପଚାରିବାରୁ ସେ କହନ୍ତି, ଗତ ୨୦ଦିନ ହେବ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଛି। ଏ ସମ୍ପର୍କରେ ସିଆର୍‌ସିସି ଚକ୍ରଧର ବାରିକଙ୍କୁ ପଚାରିବାରୁ ଏହି ବିଦ୍ୟାଳୟରେ ପାଚିକା ଓ ସହାୟିକା ନ ରହିବା ସହିତ ଏହାକୁ ନେଇ କୋର୍ଟ ମାମଲା ବିଚାରାଧୀନ ଥିବାରୁ ରୋଷେଇ ହୋଇପାରୁ ନାହଁି। ତେବେ ଖୁବ୍‌ଶୀଘ୍ର ଏହାର ସମାଧାନ କରାଯିବା ପାଇଁ ଅଭିଭାବକଙ୍କ ସହ ଆଲୋଚନା କରାଯାଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…

ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ...

ଭାଇରାଲ ହେଉଛି ସେଜଲଙ୍କ ମା’ଙ୍କ ହାତଲେଖା ଚିଠି, ଏଥିରେ ଲେଖିଛନ୍ତି ସବୁଠୁ ବଡ଼ ଦୁଃଖ ସମୟରେ ମୁଁ ତୁମ…

ବାଲେଶ୍ୱର,୧ା୧୨: ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ଏଥିରେ ସେ ଲେଖିଛନ୍ତି, ତୁମେ ଚାଲିଯାଉଥିବାରୁ ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri