ବିଦ୍ୟାଳୟରେ ଶିକ୍ଷକଙ୍କୁ ମୋବାଇଲ ମନା

ଭୁବନେଶ୍ୱର, ୨୮-୮(ବ୍ୟୁରୋ):ଶିକ୍ଷାନୁଷ୍ଠାନଗୁଡ଼ିକରେ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଶିକ୍ଷକଙ୍କ ଉପରେ କେତେକ କଟକଣା ଜାରି କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଶିକ୍ଷକମାନେ ଠିକ୍‌ ସମୟରେ ବିଦ୍ୟାଳୟରେ ପହଞ୍ଚତ୍ବା, ନିୟମିତ ଶିକ୍ଷାଦାନ କରିବା ସହ ମୋବାଇଲ ଫୋନ୍‌ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ଏହି ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବା ପାଇଁ ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସରକାରଙ୍କ ନିର୍ଦ୍ଦେଶଗୁଡ଼ିକୁ ଖୋର୍ଦ୍ଧା ଜିଲା ଅନ୍ତର୍ଗତ ସମସ୍ତ ସରକାରୀ ତଥା ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ସରକାରଙ୍କ ନିର୍ଦ୍ଦେଶ ପରେ ଜିଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ସମସ୍ତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ପତ୍ର ଦ୍ୱାରା ଆଦେଶ ଦିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ସପ୍ତାହର ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏବଂ ଶନିବାର ସକାଳ ସାଢ଼େ ୬ଟାରୁ ଅପରାହ୍ନ ସାଢ଼େ ୧୨ଟା ପର୍ଯ୍ୟନ୍ତ ବିଦ୍ୟାଳୟ ପରିସରରେ ଶିକ୍ଷକ କିମ୍ବା କୌଣସି ବ୍ୟକ୍ତିବିଶେଷ ଦ୍ୱାରା ମୋବାଇଲ ଫୋନ ବ୍ୟବହାର ହୋଇପାରିବ ନାହିଁ। ସେହିପରି ସମସ୍ତ ବିଦ୍ୟାଳୟ ପରିସରକୁ ନିଶାଦ୍ରବ୍ୟ ନିଷେଧାଞ୍ଚଳ ଘୋଷଣା କରାଯାଇଥିବାରୁ ଏଥିରେ ବ୍ୟତିକ୍ରମ ଦେଖାଗଲେ ସମ୍ପୃକ୍ତ ବ୍ୟକ୍ତି, ଶିକ୍ଷକ ବା କର୍ମକର୍ତ୍ତାଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି କ୍ରମରେ ଖୋର୍ଦ୍ଧା ଜିଲା ଶିକ୍ଷା ପ୍ରକଳ୍ପ ସଂଯୋଜକ ଅମିତା ପଟ୍ଟନାୟକ ଗତ ୨୧ତାରିଖରେ ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଜାଗୁଳେଇପାଟଣା ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ସମୟରେ ପ୍ରଧାନଶିକ୍ଷକ ଓ ଜନୈକ ସହକାରୀ ଶିକ୍ଷକଙ୍କୁ ବିଳମ୍ବରେ ପହଞ୍ଚତ୍ବାର ଦେଖିଥିଲେ। ସେମାନେ ଏପରି ନିୟମିତ ବିଳମ୍ବରେ ଆସୁଥିବା ସୂଚନା ପାଇବା ପରେ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ପ୍ରଧାନଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ନିଲମ୍ବନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri