ବିଦ୍ୟାଳୟରେ ଶିକ୍ଷକଙ୍କୁ ମୋବାଇଲ ମନା

ଭୁବନେଶ୍ୱର, ୨୮-୮(ବ୍ୟୁରୋ):ଶିକ୍ଷାନୁଷ୍ଠାନଗୁଡ଼ିକରେ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଶିକ୍ଷକଙ୍କ ଉପରେ କେତେକ କଟକଣା ଜାରି କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଶିକ୍ଷକମାନେ ଠିକ୍‌ ସମୟରେ ବିଦ୍ୟାଳୟରେ ପହଞ୍ଚତ୍ବା, ନିୟମିତ ଶିକ୍ଷାଦାନ କରିବା ସହ ମୋବାଇଲ ଫୋନ୍‌ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ଏହି ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବା ପାଇଁ ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସରକାରଙ୍କ ନିର୍ଦ୍ଦେଶଗୁଡ଼ିକୁ ଖୋର୍ଦ୍ଧା ଜିଲା ଅନ୍ତର୍ଗତ ସମସ୍ତ ସରକାରୀ ତଥା ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ସରକାରଙ୍କ ନିର୍ଦ୍ଦେଶ ପରେ ଜିଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ସମସ୍ତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ପତ୍ର ଦ୍ୱାରା ଆଦେଶ ଦିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ସପ୍ତାହର ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏବଂ ଶନିବାର ସକାଳ ସାଢ଼େ ୬ଟାରୁ ଅପରାହ୍ନ ସାଢ଼େ ୧୨ଟା ପର୍ଯ୍ୟନ୍ତ ବିଦ୍ୟାଳୟ ପରିସରରେ ଶିକ୍ଷକ କିମ୍ବା କୌଣସି ବ୍ୟକ୍ତିବିଶେଷ ଦ୍ୱାରା ମୋବାଇଲ ଫୋନ ବ୍ୟବହାର ହୋଇପାରିବ ନାହିଁ। ସେହିପରି ସମସ୍ତ ବିଦ୍ୟାଳୟ ପରିସରକୁ ନିଶାଦ୍ରବ୍ୟ ନିଷେଧାଞ୍ଚଳ ଘୋଷଣା କରାଯାଇଥିବାରୁ ଏଥିରେ ବ୍ୟତିକ୍ରମ ଦେଖାଗଲେ ସମ୍ପୃକ୍ତ ବ୍ୟକ୍ତି, ଶିକ୍ଷକ ବା କର୍ମକର୍ତ୍ତାଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି କ୍ରମରେ ଖୋର୍ଦ୍ଧା ଜିଲା ଶିକ୍ଷା ପ୍ରକଳ୍ପ ସଂଯୋଜକ ଅମିତା ପଟ୍ଟନାୟକ ଗତ ୨୧ତାରିଖରେ ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଜାଗୁଳେଇପାଟଣା ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ସମୟରେ ପ୍ରଧାନଶିକ୍ଷକ ଓ ଜନୈକ ସହକାରୀ ଶିକ୍ଷକଙ୍କୁ ବିଳମ୍ବରେ ପହଞ୍ଚତ୍ବାର ଦେଖିଥିଲେ। ସେମାନେ ଏପରି ନିୟମିତ ବିଳମ୍ବରେ ଆସୁଥିବା ସୂଚନା ପାଇବା ପରେ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ପ୍ରଧାନଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ନିଲମ୍ବନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri