ବିଦ୍ୟାଳୟରେ ସିଆରସିସି, ଶିକ୍ଷକ ମୁହାଁମୁହିଁ

ହାଟଡିହୀ, ୧୬ା ୭ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳକଣିଆଁ ସ୍କୁଲରେ ସିଆରସିସି ଓ ଶିକ୍ଷକ ମଙ୍ଗଳବାର ମୁହାଁମୁହିଁ ହୋଇଛନ୍ତିା ସୂଚନାଯୋଗ୍ୟ, ଗତ ସୋମବାର ଜଣେ ଛାତ୍ର ସ୍କୁଲ ଆଗରେ ଥିବା ରାସ୍ତା ପାର ହେଉଥିବା ବେଳେ ଏକ ମୋଟରସାଇକେଲ ତାଙ୍କୁ ଧକ୍କା ଦେଇଥିଲା । ସ୍କୁଲ ପକ୍ଷରୁ ଛାତ୍ରଙ୍କୁ ଚିକିତ୍ସା ପାଇଁ ଭଦ୍ରକ ଡାକ୍ତରଖାନା ନିଆଯାଇଥିଲା । ମଙ୍ଗଳବାର ସିଆରସିସି ଅଭୟ କୁମାର ଜେନା ଉକ୍ତ ସ୍କୁଲକୁ ଯାଇ ଘଟଣା ସମ୍ପର୍କରେ ସ୍କୁଲର ପ୍ରଧାନଶିକ୍ଷକ ନାରାୟଣ ଚନ୍ଦ୍ର ଷଣ୍ଢଙ୍କୁ ପଚାରି ବୁଝିଥିଲେ । ଏପରି ଘଟଣା ଯେପରି ପୁନର୍ବାର ନ ହୁଏ ସେ ଦିଗରେ ଦୃଷ୍ଟି ଦେଇ ଠିକ ଭାବେ କାର୍ଯ୍ୟ କରିବାକୁ ମଧ୍ୟ କହିଥିଲେ । ମାତ୍ର ଉକ୍ତ ସ୍କୁଲର ଅନ୍ୟ ଜଣେ ଶିକ୍ଷକ ଦଶରଥ ଜେନା କୌଣସି କାରଣ ନ ଥାଇ ହଠାତ ସିଆରସିସି ଓ ପ୍ରଧାନଶିକ୍ଷକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ସିଆରସିିସି ଅଭୟ କୁମାର ଜେନା କହିଛନ୍ତି । ଫଳରେ ସ୍କୁଲ ଭିତରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେବା ସହ ଯୁକ୍ତିତର୍କ ହୋଇଥିଲା । ପ୍ରଧାନଶିକ୍ଷକ ନାରାୟଣ ଚନ୍ଦ୍ର ଷଣ୍ଢ କହିଛନ୍ତି ଯେ, ଯାହା ହୋଇଥିଲା ସବୁ ସମାଧାନ ହୋଇସାରିଛି । ବିଆରସିସି ବିନୋଦ ରାଉତ ଏନେଇ କହିଛନ୍ତି ଯେ ଘଟଣା ଦିଗରେ ସେ ଅବଗତ ଅଛନ୍ତି ଏବଂ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri