ବିଦ୍ୟାଳୟ ବନ୍ଦକୁ ନେଇ ପ୍ରତିବାଦ : ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ, ୮।୧୧: ଗ୍ରାମରେ ଥିବା ବିଦ୍ୟାଳୟକୁ ବନ୍ଦ ନ କରିବା ପାଇଁ ନୟାଗଡ଼ ଜିଲା ଭାପୁର ବ୍ଲକ ଭଗବାନପୁର ପଞ୍ଚାୟତର ବେତଖୋଲି ଗ୍ରାମବାସୀ ଗୁରୁବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପିଲାମାନଙ୍କ ଷାଣ୍ମାସିକ ପରୀକ୍ଷା ଚାଲିଥିବାରୁ ଏଥିରେ ବାଧା ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।
କହିବାନୁସାରେ, ବେତଖୋଲି ଗ୍ରାମରେ ଦୀର୍ଘ ବର୍ଷ ହେଲାଣି ଏକ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରହିଛି। ଯେଉଁଥିରେ ବର୍ତ୍ତମାନ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ୧୮ ଜଣ ଛାତ୍ରୀଛାତ୍ର ପଢ଼ୁଛନ୍ତି। ରାଜ୍ୟ ସରକାରଙ୍କ ନିୟମ ଅନୁସାରେ ୨୦ରୁ କମ୍‌ ପିଲା ଥିବା ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ଘୋଷଣା କରାଯାଇଛି। କମ୍‌ ପିଲା ଥିବାରୁ ଗତବର୍ଷ ସେମାନଙ୍କ ଗ୍ରାମ ବିଦ୍ୟାଳୟକୁ ବନ୍ଦ କରି ନିକଟସ୍ଥ ଏକ ବିଦ୍ୟାଳୟରେ ମିଶ୍ରଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ଗ୍ରାମବାସୀ ସେହି ସମୟରେ ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟିଥିଲେ। ନିର୍ବାଚନ ହେବାକୁ ଥିବାରୁ ଉକ୍ତ ବିଦ୍ୟାଳୟକୁ ବନ୍ଦ କରା ଯାଇ ନ ଥିଲା। ହେଲେ ବର୍ତ୍ତମାନ ଉକ୍ତ ବିଦ୍ୟାଳୟକୁ ବନ୍ଦ କରାଯିବା ପାଇଁ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ଯାହାକୁ ନେଇ ଗ୍ରାମବାସୀ ଚିନ୍ତିତ ଅଛନ୍ତି। ପିଲାମାନଙ୍କ ଷାଣ୍ମାସିକ ପରୀକ୍ଷା ଚାଲିଥିବା ବେଳେ ପିଲା କିପରି ଭାବେ ଅନ୍ୟ ବିଦ୍ୟାଳୟକୁ ଯିବେ ସେମାନେ ପ୍ରଶ୍ନ କରିଛନ୍ତି। ସେହିଭଳି ଶିକ୍ଷା ଅଧା ବର୍ଷରେ ପିଲାମାନେ ଅନ୍ୟ ବିଦ୍ୟାଳୟକୁ ଗଲେ ତାଙ୍କ ପାଠପଢ଼ାରେ ବ୍ୟାଘାତ ଘଟିବ। ଯଦି ବିଦ୍ୟାଳୟ ବନ୍ଦ ହେବ ତାହା ହେଲେ ଆସନ୍ତା ଶିକ୍ଷାବର୍ଷ ଆରମ୍ଭରୁ ବନ୍ଦ ହେବା ନେଇ ଗ୍ରାମବାସୀ ଦାବି କରିଛନ୍ତି । ବିଦ୍ୟାଳୟ ବନ୍ଦ ହେଲେ ଗ୍ରାମଠାରୁ ୧ କିଲୋମିଟର ଦୂରରେ ମିଶ୍ରଣ ହେବାକୁ ଥିବା ବିଦ୍ୟାଳୟ ରହିଛି। ଉକ୍ତ ବିଦ୍ୟାଳୟ ଦେଇ ଗଲା ବେଳେ ଜଙ୍ଗଲ ପଡ଼ୁଥିବାରୁ କୋମଳମତି ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ଭୟ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ବର୍ତ୍ତମାନ କୁସୁମୀ ନଦୀ ଉପରେ ବ୍ରିଜ ନିର୍ମାଣ ହେଉଥିବାରୁ ଉକ୍ତ ରାସ୍ତା ଦେଇ ପ୍ରତିଦିନ ଗାଡ଼ି ଚଳାଚଳ କରୁଛି। ଯାହାଫଳରେ ଦୁର୍ଘଟଣା ଘଟିବାର ମଧ୍ୟ ଆଶଙ୍କା ରହିଛି। ଅନ୍ୟପକ୍ଷେ ଗ୍ରାମର ୮୦ ପରିବାର ବସବାସ କରୁଥିବା ବେଳେ କିଛି ଲୋକ ବାହାରେ ରହୁଛନ୍ତି। ଫଳରେ ସେମାନଙ୍କ ପିଲାମାନେ ବାହାରେ ବିଦ୍ୟାଳୟରେ ପାଠ ପଢୁଛନ୍ତି। ଯଦି ଆସନ୍ତା ଶିକ୍ଷା ବର୍ଷ ବିଦ୍ୟାଳୟରେ ପିଲା ନ ହୁଅନ୍ତି ତା’ହେଲେ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ଗ୍ରାମବାସୀ ଅନୁରୋଧ କରିଛନ୍ତି। ଗ୍ରାମ ସଭାପତି ଦୟାନିଧି ଆଚାର୍ଯ୍ୟଙ୍କ ସହିତ ଗ୍ରାମର ବିଶ୍ୱନାଥ ସାହୁ, ସହଦେବ ନାୟକ, ଗୋବିନ୍ଦ ଚନ୍ଦ୍ର ପଣ୍ଡାଙ୍କ ସମେତ ଶତାଧିକ ଗ୍ରାମବାସୀ ଗୁରୁବାର ଜିଲାପାଳଙ୍କୁ ଭେଟିବାକୁ ଆସିଥିଲେ। ଜିଲାପାଳ ଏହାର ସମାଧାନ ବରିବା ପାଇଁ ପ୍ରତିଶ୍ରୁତି ଦେଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri