ବିଦ୍ୟାଳୟ ମିଶ୍ରଣକୁ ୨ ମାସ ବିତିଲା: ଶିକ୍ଷକ ଅଭାବ, ନିଯୁକ୍ତି ନାହିଁ

ଛେଣ୍ଡିପଦା, ୯।୮(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ଥିବା ପାନ୍ଥେଶ୍ବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ୨ ମାସ ବିତିଲାଣି। ହେଲେ ସେଠାରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ହେଉନାହିଁ। ଏଥିସହ ଶ୍ରେଣୀଗୃହର ଅଭାବ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଭିତ୍ତିଭୂମିର ବିକାଶ କରାଯାଉ ନ ଥିବାରୁ ଅଭିଭାବକ ତଥା ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସମସ୍ୟା ସମ୍ପର୍କରେ ଗ୍ରାମବାସୀ ଜିଲାପାଳଙ୍କୁ ଅବଗତ କରାଇଛନ୍ତି।
ଅଭିଯୋଗ ମୁତାବକ, ପାନ୍ଥେଶ୍ୱରୀ ବିଦ୍ୟାଳୟଟି ବ୍ଲକ ଗ୍ରାଣ୍ଟ ସ୍କୁଲ ହୋଇଥିବାବେଳେ ସେଠାରେ ଷଷ୍ଠ ଓ ସପ୍ତମ ଶ୍ରେଣୀରେ ୬୮ ଛାତ୍ରୀଛାତ୍ର ପାଠ ପଢୁଥିଲେ। ସେହି ବିଦ୍ୟାଳୟରେ ଥିବା ୨ ଶିକ୍ଷକଙ୍କ ଅବସର ପରେ ଆଉ ନୂତନ ଶିକ୍ଷକ ନିଯୁକ୍ତ କରା ଯାଇ ନ ଥିଲା। ପରେ ଏହାକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟ ସହିତ ମିଶ୍ରଣ ପାଇଁ ବ୍ଲକ ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଚିଠି (ନଂ ୧୪୦୨/୫।୧୨।୧୮) କରାଯାଇଥିଲା। ୨ ମାସ ପୂର୍ବେ ୨ ସ୍କୁଲର ମିଶ୍ରଣ ହୋଇଥିଲା। ହେଲେ ଏ ପର୍ଯ୍ୟନ୍ତ ସେଠାରେ ନୂତନ ଶିକ୍ଷକ ନିଯୁକ୍ତ ହୋଇନାହାନ୍ତି। ସେଠାରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ୧୭୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଇଁ ୫ଜଣ ଶିକ୍ଷକ ଅଛନ୍ତି। ଏଥିସହ ମାତ୍ର ୫ଟି ଶ୍ରେଣୀଗୃହ ଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ପ୍ରଧାନାଶିକ୍ଷକ ଉମାକାନ୍ତ ନାଏକ ପ୍ରକାଶ କରିଛନ୍ତି। ଏହାକୁ ନେଇ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ସେଠାରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଅନୁଗୋଳ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀ ଈଶ୍ବର ଚନ୍ଦ୍ର ସାହୁ କହିଛନ୍ତି, ଉକ୍ତ ବିଦ୍ୟାଳୟରେ ଖୁବ ଶୀଘ୍ର ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବା ସହ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?