ବିଦ୍ୟାଳୟ ଯିବା ରାସ୍ତା କଦୁଅ ଭରପୂର: ପ୍ରତିବାଦରେ ରାସ୍ତାରେ ଧାନଗଛ ଲଗାଇଲେ ଛାତ୍ରୀଛାତ୍ର

ମାଲକାନଗିରି,୧୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ରାସ୍ତାରେ କାଦୁଅ ଯୋଗୁ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଯିବା କଷ୍ଟକର ହୋଇପଡୁଛି। ଏହାର ପ୍ରତିବାଦରେ ବିଦ୍ୟାଳୟକୁ ଯାଉଥିବା ରାସ୍ତାରେ ଛାତ୍ରୀଛାତ୍ରମାନେ ଧାନଗଛ ଲଗାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଖଇରପୁଟ ବ୍ଲକ ମାଡ଼କାପଦର ବିଦ୍ୟାଳୟକୁ ଯାଉଥିବା ବନ୍ଧଗୁଡ଼ା, ଧଉଡାଗଡ଼ା, ବାଘଖଦରା ଗ୍ରାମରେ। ଏହିସବୁ ଗ୍ରାମର ଛାତ୍ରୀଛାତ୍ର ଶିକ୍ଷା ଗ୍ରହଣ କରିବା ପାଇଁ ଦୈନିକ ମାଡକାପଦର ବିଦ୍ୟାଳୟକୁ ଯାଇଥାନ୍ତି। ମାତ୍ର ଉକ୍ତ ରାସ୍ତାରେ ଅଳ୍ପ କିଛିଦିନ ପୂର୍ବରୁ ମୋରମ ପକାଯାଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ କାର୍ଯ୍ୟ ଶେଷ ହୋଇ ନ ଥିବା ବେଳେ ବର୍ଷା ଯୋଗୁ ଉକ୍ତ ରାସ୍ତାଟି ସମ୍ପୂର୍ଣ୍ଣ କାଦୁଅରେ ଭରପୂର ହୋଇଛିା ନିୟମିତ କାଦୁଅରେ ଅଧ୍ୟୟନ କରିବା ପାଇଁ ଯାଉଥିବା ଛାତ୍ରୀଛାତ୍ର ଅସୁବିଧାର ସମ୍ମୁଖୀନ ହେଉଛନ୍ତିା ଏହାର ପ୍ରତିବାଦରେ ଶନିବାର ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ରାସ୍ତା ମଝିରେ ଧାନ ଗଛ ଲଗାଇ ଜିଲା ପ୍ରଶାସନ ଏ ଦିଗରେ ପଦକ୍ଷେପ ନେବାପାଇଁ ଦାବି କରିଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri