ବିଦ୍ୟାଳୟ ସମସ୍ୟା ନେଇ ରାସ୍ତାରୋକୋ

ବାରିପଦା ଅଫିସ,୨୬।୧:ମୟୂରଭଞ୍ଜ ଜିଲା ବାରିପଦା-ଚିତ୍ରଡ଼ା ରାଜ୍ୟ ରାଜପଥର ଶଙ୍ଖାଭଙ୍ଗାଠାରେ ବିଦ୍ୟାଳୟ ସମସ୍ୟାକୁ ନେଇ ଅଭିଭାବକ ଓ ଗ୍ରାମବାସୀ ମଙ୍ଗଳବାର ରାସ୍ତାରୋକୋ କରିଥିଲେ। ଦୀର୍ଘ ଦିନ ଧରି ସ୍କୁଲରେ ନୂତନ ଶ୍ରେଣୀ ଗୃହ ଓ ଛାତ୍ରାବାସ ନିର୍ମାଣ ପାଇଁ ଦାବିକରି ବିଫଳ ହେବା ପରେ ସେମାନେ ବିକ୍ଷୋଭ ଓ ଧାରଣା ଦେଇଥିବା କହିଛନ୍ତି। ଖବରପାଇ ବିଭାଗୀୟ ଅଧିକାରୀ, ବାରିପଦା ତହସିଲଦାର ବିକ୍ରମ କେଶରୀ ପରିଡ଼ା, ସରପଞ୍ଚ ଲକ୍ଷ୍ମୀ ହେମ୍ବ୍ରମ ଓ ସଦର ଥାନା ଅଧିକାରୀ ମଧୁସ୍ମିତା ମହାନ୍ତି ପ୍ରମୁଖ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ନୂତନ ଗୃହ ନିର୍ମାଣ ହେବ ବୋଲି ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।
ସୂଚନା ଅନୁଯାୟୀ, ୧୯୬୦ରେ ଶଙ୍ଖାଭଙ୍ଗା ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା। ଏଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୪୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ୭ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ସ୍କୁଲର ଦୁଇଟି କକ୍ଷରେ ସମସ୍ତ ୮ଟି ଶ୍ରେଣୀର ଛାତ୍ରୀଛାତ୍ର ଏକାଠି ବସି ପାଠ ପଢୁଥିବାରୁ ଶିକ୍ଷାଦାନରେ ଅନେକ ଅସୁବିଧା ପରିଲକ୍ଷିତ ହେଉଛି। ଗୋଟିଏ କକ୍ଷରେ ୪ଟି ଶ୍ରେଣୀର ପିଲା ପାଠ ପଢୁଥିବାରୁ ଉଚିତ ଶିକ୍ଷା ପାଇବାରୁ ବଞ୍ଚତ୍ତ ହେଉଥିବା ଅଭିଭାବକ ଗଜେନ୍ଦ୍ର ସୋରେନ, ଦୁର୍ଗା ଟୁଡୁ ଓ ପୁଚୁରାମ କିସ୍କୁ ପ୍ରକାଶ କରିଛନ୍ତି ା ଏପରିକି ପିଲା ସଂଖ୍ୟା ବୃଦ୍ଧି ପାଉଥିବାରୁ ଶିକ୍ଷକମାନେ ବାଧ୍ୟ ହୋଇ ସ୍କୁଲ ବାରଣ୍ଡା ଓ ଗଛ ମୂଳେ ପାଠ ପଢ଼ାଉଛନ୍ତି ବୋଲି ଗ୍ରାମର ମେଘରାୟ ସୋରେନ, ଗଙ୍ଗାଧର ସୋରେନ ଓ ଅଶୋକ ମହାନ୍ତ କହିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ଅଧୀନରେ ସ୍କୁଲ ରୂପାନ୍ତରୀକରଣ କରୁଥିବା ବେଳେ ୬୩ବର୍ଷରେ ପଦାର୍ପଣ କରିଥିବା ଏହି ସ୍କୁଲ ପ୍ରତି ବ୍ଲକ କିମ୍ବା ଜିଲା ପ୍ରଶାସନର ଦୃଷ୍ଟି ପଡୁନାହିଁ। ବାରମ୍ବାର ପ୍ରଶାସନ ଓ ରାଜନେତାଙ୍କଠାରେ ଦାବି କରିବା ପରେ ମଧ୍ୟ କୌଣସି ସୁଫଳ ମିଳିପାରୁନାହିଁ। ଏପରିକି ଗ୍ରାମବାସୀ ଓ ପରିଚାଳନା ସମିତି ପକ୍ଷରୁ ଜିଲାପାଳଙ୍କ ନିକଟରେ ଅଭିଯୋଗ ପୂର୍ବକ ଦାବିପତ୍ର ପ୍ରଦାନ କରାଯାଇଥିଲେ ହେଁ ଅଦ୍ୟାବଧି ସମସ୍ୟାର ସମାଧାନ ହୋଇ ପାରିନାହିଁ। ଏହାର ପ୍ରତିବାଦରେ ବାଦଲ ହେମ୍ବ୍ରମଙ୍କ ନେତୃତ୍ୱରେ ଗ୍ରାମର ମହିଳାପୁରୁଷ ରାଜରାସ୍ତାକୁ ଓହ୍ଲାଇ ଦାବି ଉପସ୍ଥାପନ କରିଛନ୍ତି। ପ୍ରଶାସନ ପ୍ରତିଶ୍ରୁତି ପାଳନ ନ କଲେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ସମିତି ସଭ୍ୟା ପାର୍ବତୀ ହେମ୍ବ୍ରମ, ଅଭିଭାବକ ଫାତୁ ବିନ୍ଧାଣୀ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri