ବିଦ୍ୟାଳୟ ସମ୍ମୁଖରୁ ଛାତ୍ର ଅପହରଣ ଘଟଣା: ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା

ବାହାନଗା, ୨୩।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ଗତ ସୋମବାର ଅପରାହ୍ନ ୪ଟାରେ ସ୍କୁଲ ଛୁଟି ହେବାପରେ ଜଣେ ଦ୍ବିତୀୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ କରି ନିଆଯାଇଥିଲା। ଏହି ଘଟଣାକୁ ନେଇ ମଙ୍ଗଳବାର ବିଦ୍ୟାଳୟ ଫାଟକ ସମ୍ମୁଖରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ଧାରଣାରେ ବସିଥିଲେ। ତେବେ ଧାରଣା ସ୍ଥଳରେ ପ୍ରଧାନ ଶିକ୍ଷୟିତ୍ରୀ, ସିଆରସିସି, ଏବିଇଓ ପହଞ୍ଚି ବୁଝାଶୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି।