ବିଦ୍ୟାଳୟ ସ୍ଥାନାନ୍ତରକୁ ଗ୍ରାମବାସୀଙ୍କ ବିରୋଧ ପ୍ରତିବାଦରେ ବିଦ୍ୟାଳୟ ଆଗରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ

ଖଣ୍ଡପଡା,୨୩।୬(ସ୍ବ.ପ୍ର.)-୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟଗୁଡିକୁ ବନ୍ଦ କରିବାକୁ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ା ସମ୍ପ୍ରତି ୧୯ଜଣ ଛାତ୍ରୀଛାତ୍ର ବାଣପୁର ପଞ୍ଚାୟତ ଅନ୍ତର୍ଗତ ଚୈତନ୍ୟପୁର ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ ମଧ୍ୟ ପୂର୍ବର ରିପୋର୍ଟ କ୍ରମେ ଏହି ବିଦ୍ୟାଳୟକୁ ବନ୍ଦ କରାଯାଇ ନିକଟସ୍ଥ ବାଣପୁର ପ୍ରାଥମିକ ବିଦ୍ୟାଳୟରେ ସାମିଲ କରାଯାଇଛି। ଏ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ସେମାନେ ଏହାକୁ ବିରୋଧ କରିଛନ୍ତି।
ସକାଳୁଆ ସ୍କୁଲ ଥିବାରୁ ଚୈତନ୍ୟପୁର ଗ୍ରାମର ଛାତ୍ରୀଛାତ୍ରଙ୍କୁ ଅଭିଭାବକମାନେ ବାଣପୁର ବିଦ୍ୟାଳୟକୁ ନ ଛାଡି ସ୍ଥାନୀୟ ବିଦ୍ୟାଳୟରେ ପଢାଇବା ପାଇଁ ଜିଦ୍‌ ଧରି ବସି ରହିଥିଲେ ା ସ୍ଥାନୀୟ ଅଞ୍ଚଳର ମହିଳା, ପୁରୁଷ ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ବିପଦପୂର୍ଣ୍ଣ ମୁଖ୍ୟ ରାସ୍ତାରେ ଛାଡିବେ ନାହିଁ ବୋଲି କହିଥିଲେ । ଏହାର ପ୍ରତିବାଦରେ ସେମାନେ ବିଦ୍ୟାଳୟ ସମ୍ମୁଖରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ା ଏ ସମ୍ପର୍କରେ ଖଣ୍ଡପଡା ବ୍ଲକ ଶିକ୍ଷାଅଧିକାରୀ ଚନ୍ଦନ କୁମାର ରଥଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଥିଲେ ରାଜ୍ୟର ଅଧିକାଂଶ ବିଦ୍ୟାଳୟରେ ପିଲାମାନଙ୍କ ସଂଖ୍ୟା ହ୍ରାସ ପାଉଥିବା ଏବଂ ଅନେକ ବିଦ୍ୟାଳୟର ପିଲା ସଂଖ୍ୟା ୧୫/୨୦ରୁ କମ ରହୁଛନ୍ତି। ସେମାନଙ୍କୁ ଶିକ୍ଷାଦାନ ଦେବା ପାଇଁ ଅନ୍ତତଃପକ୍ଷେ ୨ଜଣ ଶିକ୍ଷକ ଆବଶ୍ୟକ ପଡୁଛନ୍ତି ା ଏଥିପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ ହେଉଛି ା ଏହି ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ନୂତନ ନୀତି ନିୟମ ଘୋଷଣା କରିଛନ୍ତି ା ଅପରପକ୍ଷରେ ଅନ୍ୟ ବିଦ୍ୟାଳୟକୁ ସ୍ଥାନାନ୍ତରିତ ହେଉଥିବା ପ୍ରାଥମିକ ବିଦ୍ୟାଳୟର ପିଲାମାନଙ୍କ ପିଛା ଏସ୍କର୍ଟ ଓ ଟ୍ରାନ୍ସପୋର୍ଟେଶନ ଆଲାଉନ୍ସ ବାବଦରେ(ଯେଉଁ ପିଲାଙ୍କ ଉପସ୍ଥାନ ୭୦ପ୍ରତିଶତ ଥିବ) ମାସକୁ ୬ଶହ ଟଙ୍କା ଓ ୫୦ ପ୍ରତିଶତ ଉପସ୍ଥାନ ରହିଲେ ସେମାନଙ୍କୁ ମାସ ପ୍ରତି ୫ଶହ ଟଙ୍କା ଲେଖାଏ ୧୦ ମାସ ପାଇଁ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି ା ତେଣୁ ଜଣେ ଅଭିଭାବକ ପିଲାମାନଙ୍କୁ ସାଥିରେ ନେଇ ବିଦ୍ୟାଳୟରେ ଛାଡିବାରେ କୌଣସି ସମସ୍ୟା ରହିବ ନାହିଁ ା ତେଣୁ କିଛି ଲୋକ ଏପରି ଜାଣିଶୁଣି ସମସ୍ୟା ସୃଷ୍ଟି କରୁଥିବା ରଥ ସୂଚନା ଦେଇଥିବା ବେଳେ ଏପରି ଅବସ୍ଥା ଯଦି ଚାଲୁ ରୁହେ ତେବେ ପରବର୍ତ୍ତୀ ସମୟରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଯାହା ନିଷ୍ପତ୍ତି ନେବେ ସେପରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri