ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବାକୁ ଦୃଢ଼ ଉଦ୍ୟମ କରାଯିବ

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେନ୍ଦ୍ରରାଜପୁର ଗାଁ ନିକଟରେ ବିଦ୍ୟୁତ୍‌ ତାର ଲାଗି ଘଟିଥିବା ଦୁର୍ଘଟଣା ଦୁର୍ଭାଗ୍ୟଜନକ। ଭବିଷ୍ୟତରେ ଯେପରି ଏପରି ଘଟଣାର ପୁନରାବୃତ୍ତି ହେବ ନାହିଁ, ଏଥିପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଅନ୍ୟ ସମସ୍ତ ବିଭାଗ ସହ ସମନ୍ବୟ ରଖି କାର୍ଯ୍ୟ କରିବ ବୋଲି ବିଭାଗୀୟ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ବିଧାନସଭାରେ ଆଗତ ହୋଇଥିବା ମୁଲତବୀ ପ୍ରସ୍ତାବ ‘ଗୋଳନ୍ଥରା ଥାନା ମେନ୍ଦ୍ରରାଜପୁର: ଆପରାଧିକ ଅବହେଳାରୁ ସରକାର ହେଲେ ଯମ, ଅକାଳରେ ଲିଭିଗଲା ୧୦ ଅମୂଲ୍ୟ ଜୀବନ’ର ଉତ୍ତର ରଖି ମନ୍ତ୍ରୀ ଏହା କହିଥିଲେ।
ହେଲେ ମୁଲତବୀ ପ୍ରସ୍ତାବ ଆଗତ କରିଥିବା ସମସ୍ତ ବିରୋଧୀ ବିଧାୟକ ଆଲୋଚନା ପୂର୍ବରୁ କକ୍ଷତ୍ୟାଗ କରିଥିଲେ। ଏଥିରେ ଉଭୟ କଂଗ୍ରେସ ଏବଂ ଭାଜପା ବିଧାୟକ ସାମିଲ ହୋଇଥିଲେ। ପ୍ରଥମେ ଭାଜପା ଏବଂ ଏହାର କିଛି ସମୟ ପରେ କଂଗ୍ରେସ ସଭ୍ୟ କକ୍ଷତ୍ୟାଗ କରିଥିଲେ। ଭାଜପା ସଭ୍ୟମାନେ ଶକ୍ତି ମନ୍ତ୍ରୀ କାହିଁକି ଉତ୍ତର ରଖୁନାହାନ୍ତି ବୋଲି କହିଥିଲେ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଭାଜପା ବିଧାୟକମାନଙ୍କୁ ମନାଇବା ପାଇଁ ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଏବଂ ଉପମୁଖ୍ୟ ସଚେତକ ରୋହିତ ପୂଜାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଏହା କୌଣସି ସୁଫଳ ଆଣି ନ ଥିଲା। ତେଣୁ କେବଳ ଶାସକ ଦଳ ଉପସ୍ଥିତିରେ ଏହା ଆଲୋଚନା କରାଯାଇଥିଲା। ଏହି ଦୁର୍ଘଟଣା ପରେ ନିଆଯାଇଥିବା ସମସ୍ତ ଆଇନଗତ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ୨୦ ଫୁଟ୍‌ ଉପରେ ରହିବା ଆବଶ୍ୟକ ତାରଟି ଉକ୍ତ ସ୍ଥାନରେ ୧୨ ଫୁଟ୍‌ ଉଚ୍ଚତାରେ ରହିଥିଲା। ଗାଡିଟି ନିୟମ ଉଲ୍ଲଂଘନ କରିଥିବାରୁ ଡ୍ରାଇଭରଙ୍କୁ ଗିରଫ କରାଯାଇଛି। ଏଥିସହିତ ତାଙ୍କ ଡ୍ରାଇଭିଂ ଲାଇସେନ୍ସ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ସାଉଥ୍‌କୋ କନିଷ୍ଠ ଯନ୍ତ୍ରୀ, ଉପଖଣ୍ଡ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀଙ୍କୁ ମଧ୍ୟ ନିଲମ୍ବନ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୨ ଲକ୍ଷ ଲେଖାଏ ଦିଆଯାଇଛି। ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ। ସେହିପରି ଏହି ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକ୍ଷମ ଏବଂ ଅନାଥ ହୋଇଥିବା ପିଲାଙ୍କ ସମସ୍ତ ଖର୍ଚ୍ଚ ଓ ଆର୍ଥିକ ପ୍ୟାକେଜ୍‌ ଦେବାକୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ କହିଥିଲେ। ସେହିଭଳି ଏଣିକି ବିଦ୍ୟୁତଜନିତ ଦୁର୍ଘଟଣା ଘଟିଲେ ମୃତକଙ୍କ ପିଛା ୪ ଲକ୍ଷ, ୬୦ ପ୍ରତିଶତ ଭିନ୍ନକ୍ଷମ ୨ ଲକ୍ଷ, ଗାଈ ଓ ମଇଁଷି ଦୁର୍ଘଟଣାରେ ମଲେ ୩୦,୦୦୦ ଟଙ୍କା ଏବଂ ଛେଳି ବିଦ୍ୟୁତ ଆଘାତରେ ମଲେ ୩୦୦୦ ଟଙ୍କା ସହାୟତା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri