ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବାକୁ ଦୃଢ଼ ଉଦ୍ୟମ କରାଯିବ

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେନ୍ଦ୍ରରାଜପୁର ଗାଁ ନିକଟରେ ବିଦ୍ୟୁତ୍‌ ତାର ଲାଗି ଘଟିଥିବା ଦୁର୍ଘଟଣା ଦୁର୍ଭାଗ୍ୟଜନକ। ଭବିଷ୍ୟତରେ ଯେପରି ଏପରି ଘଟଣାର ପୁନରାବୃତ୍ତି ହେବ ନାହିଁ, ଏଥିପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଅନ୍ୟ ସମସ୍ତ ବିଭାଗ ସହ ସମନ୍ବୟ ରଖି କାର୍ଯ୍ୟ କରିବ ବୋଲି ବିଭାଗୀୟ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ବିଧାନସଭାରେ ଆଗତ ହୋଇଥିବା ମୁଲତବୀ ପ୍ରସ୍ତାବ ‘ଗୋଳନ୍ଥରା ଥାନା ମେନ୍ଦ୍ରରାଜପୁର: ଆପରାଧିକ ଅବହେଳାରୁ ସରକାର ହେଲେ ଯମ, ଅକାଳରେ ଲିଭିଗଲା ୧୦ ଅମୂଲ୍ୟ ଜୀବନ’ର ଉତ୍ତର ରଖି ମନ୍ତ୍ରୀ ଏହା କହିଥିଲେ।
ହେଲେ ମୁଲତବୀ ପ୍ରସ୍ତାବ ଆଗତ କରିଥିବା ସମସ୍ତ ବିରୋଧୀ ବିଧାୟକ ଆଲୋଚନା ପୂର୍ବରୁ କକ୍ଷତ୍ୟାଗ କରିଥିଲେ। ଏଥିରେ ଉଭୟ କଂଗ୍ରେସ ଏବଂ ଭାଜପା ବିଧାୟକ ସାମିଲ ହୋଇଥିଲେ। ପ୍ରଥମେ ଭାଜପା ଏବଂ ଏହାର କିଛି ସମୟ ପରେ କଂଗ୍ରେସ ସଭ୍ୟ କକ୍ଷତ୍ୟାଗ କରିଥିଲେ। ଭାଜପା ସଭ୍ୟମାନେ ଶକ୍ତି ମନ୍ତ୍ରୀ କାହିଁକି ଉତ୍ତର ରଖୁନାହାନ୍ତି ବୋଲି କହିଥିଲେ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଭାଜପା ବିଧାୟକମାନଙ୍କୁ ମନାଇବା ପାଇଁ ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଏବଂ ଉପମୁଖ୍ୟ ସଚେତକ ରୋହିତ ପୂଜାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଏହା କୌଣସି ସୁଫଳ ଆଣି ନ ଥିଲା। ତେଣୁ କେବଳ ଶାସକ ଦଳ ଉପସ୍ଥିତିରେ ଏହା ଆଲୋଚନା କରାଯାଇଥିଲା। ଏହି ଦୁର୍ଘଟଣା ପରେ ନିଆଯାଇଥିବା ସମସ୍ତ ଆଇନଗତ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ୨୦ ଫୁଟ୍‌ ଉପରେ ରହିବା ଆବଶ୍ୟକ ତାରଟି ଉକ୍ତ ସ୍ଥାନରେ ୧୨ ଫୁଟ୍‌ ଉଚ୍ଚତାରେ ରହିଥିଲା। ଗାଡିଟି ନିୟମ ଉଲ୍ଲଂଘନ କରିଥିବାରୁ ଡ୍ରାଇଭରଙ୍କୁ ଗିରଫ କରାଯାଇଛି। ଏଥିସହିତ ତାଙ୍କ ଡ୍ରାଇଭିଂ ଲାଇସେନ୍ସ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ସାଉଥ୍‌କୋ କନିଷ୍ଠ ଯନ୍ତ୍ରୀ, ଉପଖଣ୍ଡ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀଙ୍କୁ ମଧ୍ୟ ନିଲମ୍ବନ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୨ ଲକ୍ଷ ଲେଖାଏ ଦିଆଯାଇଛି। ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ। ସେହିପରି ଏହି ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକ୍ଷମ ଏବଂ ଅନାଥ ହୋଇଥିବା ପିଲାଙ୍କ ସମସ୍ତ ଖର୍ଚ୍ଚ ଓ ଆର୍ଥିକ ପ୍ୟାକେଜ୍‌ ଦେବାକୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ କହିଥିଲେ। ସେହିଭଳି ଏଣିକି ବିଦ୍ୟୁତଜନିତ ଦୁର୍ଘଟଣା ଘଟିଲେ ମୃତକଙ୍କ ପିଛା ୪ ଲକ୍ଷ, ୬୦ ପ୍ରତିଶତ ଭିନ୍ନକ୍ଷମ ୨ ଲକ୍ଷ, ଗାଈ ଓ ମଇଁଷି ଦୁର୍ଘଟଣାରେ ମଲେ ୩୦,୦୦୦ ଟଙ୍କା ଏବଂ ଛେଳି ବିଦ୍ୟୁତ ଆଘାତରେ ମଲେ ୩୦୦୦ ଟଙ୍କା ସହାୟତା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri