ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡ଼ା,୧୧।୭(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ କୁମୁଡ଼ାବାଲି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତା ଛାତ୍ରୀ ହେଲେ କୁମୁଡ଼ାବାଲି ପଞ୍ଚାୟତ ଗୁମୁଡ଼ି ଗ୍ରାମର ଉଆଁସୁ କାଡ୍ରାକାଙ୍କ ଝିଅ ନନ୍ଦିନୀ କାଡ୍ରାକା(୧୨)। ଘଟଣାରୁ ପ୍ରକାଶ, ବୁଧବାର ରାତିରେ ସବୁଦିନ ଭଳି ବିଦ୍ୟାଳୟର ୧୩୦ ଛାତ୍ରୀ ଖାଇ ସାରିବା ପରେ ହାତ ଧୋଇବାକୁ ଯାଇଥିଲେ। ଏହି ସମୟରେ କାନ୍ଥରେ ଓହଳିଥିବା ଏକ ବିଦ୍ୟୁତତାର ସଂସ୍ପର୍ଶରେ ଆସିଥିଲେ ନନ୍ଦିନୀ। ଏହା ଦେଖି ଅନ୍ୟ ଛାତ୍ରୀମାନେ ବୁଦ୍ଧି ଖଟାଇ ଚପଲରେ ତାରକୁ ଆଘାତ ଦେବାରୁ ନନ୍ଦିନୀ ଅଚେତ ହୋଇ ପଡ଼ିଯାଇଥିଲେ। ତୁରନ୍ତ ବିଦ୍ୟାଳୟର କର୍ମଚାରୀମାନେ ନନ୍ଦିନୀଙ୍କୁ ମୁନିଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ। ମାତ୍ର ବାଟରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସବ୍ୟସାଚୀ ମହାପାତ୍ର କହିଛନ୍ତି। ଅନ୍ୟପକ୍ଷରେ ଖବର ପାଇ ଡାକ୍ତରଖାନାରେ ପହଞ୍ଚିବାବେଳକୁ ଝିଅର ମୃତଦେହ ଦେଖିଥିଲେ ବୋଲି କହିଛନ୍ତି ଉଆଁସୁ କାଡ୍ରାକା। ଖବର ପାଇ ରାୟଗଡ଼ା ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ଡିପିସି ସୁରେନ୍ଦ୍ର ସାଠୁଆ, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଡ. ଶ୍ରବଣ ବିବେକ ଏମ୍‌, ମୁନିଗୁଡ଼ା ଏସ୍‌ଡିପିଓ ଚନ୍ଦ୍ରଶେଖର ହୋତା, ମୁନିଗୁଡ଼ା ବ୍ଲକ ଶିକ୍ଷାଧିକାରୀ ରାଧାକାନ୍ତ ଛତ୍ରୀ, ଥାନା ଆଇଆଇସି ରାଜେନ୍ଦ୍ର ଦେହୁରୀ ପ୍ରମୁଖ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ କୁମୁଡ଼ାବାଲି କସ୍ତୁରବା ବାଳିକା ବିଦ୍ୟାଳୟକୁ ଯାଇ ଘଟଣାର ତଦନ୍ତ କରିଛନ୍ତି। ଅନ୍ୟପକ୍ଷରେ ଉଆଁସୁ ବିଦ୍ୟାଳୟର ଅବହେଳା ଯୋଗୁ ଏପରି ଘଟଣା ଘଟିଥିବା ମୁନିଗୁଡ଼ା ଥାନାରେ ଅଭିଯୋଗ କରିଥିବା ଏସ୍‌ଡିପିଓ ହୋତା ପ୍ରକାଶ କରିଛନ୍ତି। ଏନେଇ ଏକ ମାମଲା ରୁଜୁ ହେବା ସହ ମୁନିଗୁଡ଼ା ତହସିଲଦାର ଦେବାଶିଷ ଗୌଡ଼ଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇ ଅଧିକ ତଦନ୍ତ ଜାରି ରହିଛି ବୋଲି ହୋତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri