ବିଦ୍ୟୁତ୍‌ ଆଘାତରେ ଗୁରୁତର ମହିଳା ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଜି.ଉଦୟଗିରି,୨୦ା୨(ଡି.ଏନ.ଏ.)-୧୩୨ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗତ ୧୭ ତାରିଖରେ କଳିଙ୍ଗା ପଞ୍ଚାୟତ ତାରାବାଡ଼ି ଗ୍ରାମର ଅମୂଲ୍ୟା ଦିଗାଳ (୩୮) ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଟିକାବାଲି ଓ ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଙ୍ଗଳବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି। ମୃତଦେହ ଗ୍ରାମରେ ପହଞ୍ଚତ୍ବା ପରେ ବୁଧବାର କଳିଙ୍ଗାରୁ ଫୁଲବାଣୀ, କଳିଙ୍ଗାରୁ ଭଞ୍ଜନଗର, କଳିଙ୍ଗାରୁ ଜି.ଉଦୟଗିିରି ସ୍ଥାନରେ ଗ୍ରାମବାସୀ ରାସ୍ତାରୋକୋ କରିଥିଲେ। ରାସ୍ତାରେ ମୃତଦେହ ରଖି ପରିବାର ଲୋକେ କ୍ଷତିପୂରଣ ଦାବି କରିିଥିଲେ। ଜି.ଉଦୟଗିରି ଏସ୍‌ଡିପିଓ ଜୟକୃଷ୍ଣ ବେହେରା, ଥାନାଧିକାରୀ ଧିରାଜ କୁମାର ଲେଙ୍କା, ତହସିଲଦାର ବିଚିତ୍ର ନନ୍ଦ ନାୟକ, ଅତିରିକ୍ତ ତହସିଲଦାର ଏସ.ରାକେଶ କୁମାର ପାତ୍ର ପହଞ୍ଚତ୍ ମୃତକଙ୍କ ପରିବାରକୁ ବୁଝାଶୁଝା କରିିଥିଲେ। ୧୦ ଲକ୍ଷ ଟଙ୍କା କ୍ଷତିପୂରଣ, ଝିଅର ଭରଣପୋଷଣ ସହିତ ୧୩୨ କେଭି ତାର ଯାଇଥିବା ସ୍ଥାନରେ ୨୦ ଫୁଟ ପର୍ଯ୍ୟନ୍ତ ସଫା କରାଯିବା ଆଦି ଦାବିପତ୍ର ମୃତକ ପରିବାର ପକ୍ଷରୁ ଏସ୍‌ଡିପିଓଙ୍କୁ ପ୍ରଦାନ କରାଯାଇଛି। ଏହି ଘଟଣା ରାଜ୍ୟ ସରକାରଙ୍କୁ ସୂଚିତ କରାଯାଇଛି ଏବଂ ଅନ୍ତିମ ସଂସ୍କାର ପାଇଁ ୧୦ ହଜାର ଟଙ୍କା ନେଇ ଅବରୋଧ ହଟାଇବା ପାଇଁ ଏସ୍‌ଡିପିଓ କହିଥିଲେ। କିନ୍ତୁ ଗ୍ରାମବାସୀ ୫୦ ହଜାର ଟଙ୍କା ଦାବି ନେଇ ଅଡ଼ି ବସିଥିଲେ। ଫଳରେ ୪ ଘଣ୍ଟା ଧରି ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା।
ଶେଷରେ ରେଡକ୍ରସରୁ ୨୦ ହଜାର ଏବଂ ବିଦ୍ୟୁତ୍‌ ବିଭାଗରୁ ୧୦ ହଜାର ଟଙ୍କା ଦେବା ପରେ ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri