ବିଦ୍ୟୁତ୍‌ ଆଘାତରେ ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡା, ୧୧ା୭(ଡ଼ି.ଏନ.ଏ)- ରାୟଗଡା ଜିଲା କୁମୁଡାବାଲି  ବ୍ଲକ  ମୁନିଗୁଡା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବୁଧବାର ରାତିରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିିଛି । ମୃତା ଛାତ୍ରୀ ଜଣକ ହେଲେ କୁମୁଡାବାଲି ପଞ୍ଚାୟତ ଗୁମୁଡି ଗ୍ରାମର ନନ୍ଦିନୀ କାଡ୍ରାକାଙ୍କ ଝିଅ   ଉଁଆସୁ କାଡ୍ରାକା। ସେ ୭ମ ଶ୍ରେଣୀର ଛାତ୍ରୀ ଥିଲେ। ଗୁରୁବାର ରାୟଗଡା ଏଡ଼ିଏମ ସୁଧାକର ଶବର, ଗୁଣପୁର ପିଏ ଆଇଟିଡିଏ ଗୋରାଚାନ୍ଦ ଗମାଙ୍ଗ ଓ ମୁନିଗୁଡା ତହସିଲଦାର ଦେବାଶିଷ ଗୋଡ ପ୍ରମୁଖ ବିଦ୍ୟାଳୟରେ ପହଞ୍ଚି ତଦନ୍ତ କରିଛନ୍ତି। ସେହିପରି ମୁନିଗୁଡା ଥାନା ଶିଶୁ ମହିଳା ଡ଼େସ୍କ ଶ୍ୱେତପଦ୍ମା ସେଠ୍‌ ଓ ଚନ୍ଦ୍ରମା ଶବର କେତେକ ଛାତ୍ରୀ ଓ କର୍ମଚାରୀଙ୍କୁ ପଚରାଉଚରା କରିଥିଲେ। ଅନ୍ୟପଟେ ମୃତା ଛାତ୍ରୀଙ୍କ ବାପା ବିଦ୍ୟାଳୟର ଅବହେଳାରୁ ଏପରି ଘଟଣା ଘଟିଛି ବୋଲି ମୁନିଗୁଡା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ବୁଧବାର ରାତିରେ ବିଦ୍ୟାଳୟର ୧୩୦ ଛାତ୍ରୀ ଖାଇ ସାରିବା ପରେ ହାତ ଧୋଇ ଫେରୁଥିଲେ। ଏହି ସମୟରେ କାନ୍ଥରେ ଓହଳିଥିବା ଏକ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ନନ୍ଦିନୀ ଆସିଥିଲେ। ଅନ୍ୟ ଛାତ୍ରୀମାନେ ଏହା ଦେଖି ନନ୍ଦିନୀ ଲାଗିଥିବା ତାରକୁ ଚପଲ ସାହାଯ୍ୟରେ କାଢ଼ି ଦେଇଥିଲେ। ପରେ ନନ୍ଦିନୀ ଅଚେତ ହୋଇ ତଳେ ପଡିଯାଇଥିଲେ । ଛାତ୍ରୀମାନେ ଓ୍ବାର୍ଡେନ ଓ କର୍ମଚାରୀମାନଙ୍କୁ ଡାକିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ବାଟରେ ନନ୍ଦୀନଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ସବ୍ୟସାଚୀ ମହାପାତ୍ର ପ୍ରକାଶ କରିଛନ୍ତି । ଖବରପାଇ ରାୟଗଡା ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ଡିପିସି ଗାର୍ଲସ କୋଅର୍ଡିନେଟର ସୁରେନ୍ଦ୍ର ସାଠୁଆ, ଏସପି ଶ୍ରବଣ ବିବେକ ଏମ, ମୁନିଗୁଡା ଏସଡିପିଓ ଚନ୍ଦ୍ରଶେଖର ହୋତା, ମୁନିଗୁଡା ବ୍ଲକ ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଥାନା ଆଇଆଇସି ରାଜେନ୍ଦ୍ର ଦେହୁରୀ ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ। ପରେ ବିଦ୍ୟାଳୟକୁ ଯାଇ ଘଟଣାର ତଦନ୍ତ କରିବା ସହ ବିଦ୍ୟାଳୟ ପରିସର ବୁଲି ଦେଖିଥିଲେ । ଏହି ଦୁଃଖଦ ଘଟଣା ପରେ ଛାତ୍ରୀଙ୍କ ଆତ୍ମାର ସଦ୍‌ଗତି କାମନା କରି ବିଦ୍ୟାଳୟରେ ଛାତ୍ରୀ,ଶିକ୍ଷକ ଓ କର୍ମଚାରୀମାନେ ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri