ବିଦ୍ୟୁତ୍‌ ଆଘାତରେ ନାବାଳକଙ୍କ ମୃତ୍ୟୁ, ରାସ୍ତାରୋକୋ

ଭଞ୍ଜନଗର,୧୩।୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଗୁଣ୍ଡିରିବାଡ଼ିରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ବିଦ୍ୟୁତ୍‌ ଖୁଣ୍ଟକୁ ଭିଡିକରି ରଖିବା ନିମନ୍ତେ ଲାଗିଥିବା ଷ୍ଟେ ତାରରେ ଲାଗି ଜଣେ ନାବାଳକ ମୃତ୍ୟୁ ଘଟିଛି। ସେ ହେଲେ ସନ୍ନ୍ୟାସି ପ୍ରଧାନଙ୍କ ପୁଅ ଶ୍ରୀକାନ୍ତ (୧୦)। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ନିଧିଆପଲ୍ଲୀଠାରେ ସ୍ଥାନୀୟ ଲୋକେ ସନ୍ଧ୍ୟା ପ୍ରାୟ ସାଢେ ୬ଟାରେ ଭଞ୍ଜନଗର-ଫୁଲବାଣୀ ରାସ୍ତା ଅବରୋଧ କରିଥିଲେ।
ପ୍ରକାଶ ଯେ, ଶ୍ରୀକାନ୍ତ ଘର ସମ୍ମୁଖରେ ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ନିକଟରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ପାଖକୁ ବଲ୍‌ ଚାଲିଯାଇଥିଲା। ଶ୍ରୀକାନ୍ତ ଆଣିବାକୁ ଗଲାବେଳେ ଖୁଣ୍ଟର ଷ୍ଟେ ତାରକୁ ଧରି ପକାଇଥିଲେ। ଉକ୍ତ ତାର ଚାର୍ଜ ହୋଇଥିବାରୁ ଶ୍ରୀକାନ୍ତ ସେଥିରେ ଲାଗିଯାଇଥିଲେ। ତାଙ୍କୁ ଉଦ୍ଧାରକରି ପ୍ରଥମେ ମୁଜାଗଡ଼ ଓ ଗୁରୁତର ହେବାରୁ ପରେ ଭଞ୍ଜନଗର ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ଶ୍ରୀକାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ସାଉଥ୍‌କୋ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ଉତ୍ତ୍ୟକ୍ତ ଲୋକେ ସନ୍ଧ୍ୟାରେ ନିଧିଆପଲ୍ଲୀ ଛକରେ ଭଞ୍ଜନଗର-ଫୁଲବାଣୀ ମୁଖ୍ୟରାସ୍ତା ଅବରୋଧ କରିଥିଲେ। ପ୍ରବଳ ବର୍ଷାରେ ଗ୍ରାମର ମହିଳା ପୁରୁଷ ରାସ୍ତାରେ ବସି ରହିଥିଲେ। ଉଭୟ ପାର୍ଶ୍ୱରେ ଶହଶହ ଗାଡିମୋଟର ଅଟକି ରହିଥିବାବେଳେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସାଉଥ୍‌କୋ କର୍ମଚାରୀଙ୍କ ଅବହେଳା ଯୋଗୁ ଏତେବଡ଼ ଘଟଣା ଘଟିଲା ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା ଚଳାଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ରାସ୍ତାରୋକୋ ହଟି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…

ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍‌ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ…

ରକ୍ଷକ ସାଜିଲା ଭକ୍ଷକ: ମହିଳାଙ୍କ ଅନ୍ତରଙ୍ଗ ମୁହର୍ତ୍ତର ଫୋଟୋ ଭାଇରଲ ଧମକ: ବନ୍ଧାହେଲେ ପୋଲିସ ଏଏସ୍‌ଆଇ

ବ୍ରହ୍ମପୁର,୧୩।୨(ସୁବାସଚନ୍ଦ୍ର ପାଢ଼ୀ):ଇନଷ୍ଟାଗ୍ରାମରେ ମହିଳାଙ୍କ ସହ ବନ୍ଧୁତା ରଖି ଅଶ୍ଳୀଳ ଫଟୋ ଭାଇରାଲ ଧମକ ଦେଇ ବ୍ଲାକମେଲ ଅଭିଯୋଗରେ ବନ୍ଧାହେଲେ ଜଣେ ପୋଲିସ ଏଏସ୍‌ଆଇ । ଅଭିଯୁକ୍ତ ଜଣଙ୍କ…

ଚକୋଲେଟ ଲୋଭ ଦେଖାଇ ଶିଶୁ ସହ ଅପ୍ରାକୃତ ଯୌନସମ୍ପର୍କ, ହତ୍ୟା : ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୩ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଞ୍ଚଳରେ ଏକ ଶିଶୁପୁତ୍ର ସହ ଅପ୍ରାକୃତ ଯୌନ ସମ୍ପର୍କ ରଖି ହତ୍ୟା କରାଯାଇଥିଲା। ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌…

ଅଟକ ରଖି ୩ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା: ଫିଲ୍ମ ଷ୍ଟାଇଲ୍‌ରେ ଘରକୁ କରିଦେଲେ ଫୋନ୍‌, ଏକାବେଳକେ ଖେଳଶେଷ

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋରୱେଲ ଗ୍ୟାରେଜର ଏକ ଘର ମଧ୍ୟରେ ଅଟକ ଥିବା ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri