ବିଦ୍ୟୁତ୍‌ ଆଘାତରେ ବୃଦ୍ଧା ମୃତ

ଛେଣ୍ଡିପଦା,୨୯।୯(ସ୍ବ.ପ୍ର)-ଛେଣ୍ଡିପଦା ବ୍ଲକ ମାଛକୁଟା ଗ୍ରାମରେ ରବିବାର ବିଦ୍ୟୁତ୍‌ ଆଘାତରେ ବିଦେଶୀ ନାଏକଙ୍କ ସ୍ତ୍ରୀ ଲିଳାବତୀ ନାଏକ(୬୦)ଙ୍କ ମୃତ୍ୟୁ ହୋଇଛି। ଲିଳାବତୀ ଅପରାହ୍ନରେ ଘରୁ ବାହରି ପଡିଶା ଘରକୁ ଯାଉଥିବାବେଳେ ଘର ପାଖରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧରି ପକାଇଥିଲେ। ତେବେ ବିଦ୍ୟୁତ୍‌ ଖୁଣ୍ଟରେ କୌଣସି କାରଣବଶତଃ କରେଣ୍ଟ ଚାର୍ଜ ହୋଇଯାଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ଛେଣ୍ଡିପଦା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଛେଣ୍ଡିପଦା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।