ବିଦ୍ୟୁତ୍‌ କର୍ମଚାରୀଙ୍କୁ ମାଡ଼

ଡୁବୁରୀ, ୨୬।୨ (ଡି.ଏନ୍‌.ଏ.): କଳିଙ୍ଗନଗର ଥାନା ଅଧୀନ ଡୋଲାପଥର ଗ୍ରାମରୁ ବକେୟା ବିଲ ଆଦାୟ କରିବାକୁ ଯାଇଥିବା କେତେଜଣ କର୍ମଚାରୀଙ୍କୁ ଗ୍ରାମର ପ୍ରତାପ କୁମାର ଓଝା ଗାଳିଗୁଲଜ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
ଅଭିଯୋଗ ମୁତାବକ, ପ୍ରତାପଙ୍କର ୯ ହଜାର ଟଙ୍କା ବିଦ୍ୟୁତ୍‌ ବିଲ୍‌ ବକେୟା ରହିଛି। ହେଲେ ସେ ଟଙ୍କା ପୈଠ କରି ନ ଥିବାରୁ ବିଦ୍ୟୁତ୍‌ କର୍ମଚାରୀମାନେ ମଙ୍ଗଳବାର ତାଙ୍କ ଘରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିଥିଲେ। ଏ ନେଇ ପ୍ରତାପ ବିଦ୍ୟୁତ୍‌ କର୍ମଚାରୀଙ୍କୁ ଗାଳିଗୁଲଜ କରିବା ସହ ଶାର୍ଟ କଲର ଧରି ମାଡ଼ ମାରିଥିଲେ। ଏଥିସହ ଗ୍ରାମର ଅନ୍ୟ ଉପଭୋକ୍ତାଙ୍କଠାରୁ ଟଙ୍କା ଆଦାୟ କରାଇ ନଦେବା ସହ ପୁନର୍ବାର ଗଁାକୁ ଆସିଲେ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ ବୋଲି ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଅସିତ କୁମାର ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଅଭିଯୋଗ ଆଧାରରେ ପୋଲିସ ୨୪/୨୦ ନଂ.ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri