ବିଦ୍ୟୁତ୍‌ କାଟ ପାଇଁ ସେସୁ ପ୍ରସ୍ତୁତ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଜାନୁୟାରୀ ୧୬ ତାରିଖ ପରଠାରୁ ବିଦ୍ୟୁତ୍‌ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କର ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ନିଷ୍ପତ୍ତି ନେଇଛି। ଗଣମାଧ୍ୟମକୁ ସୂଚନା ଦେଇ ସେସୁର ସିଇଓ ଅରୁଣ ବୋଥ୍ରା କହିଛନ୍ତି ଯେ ବିଦ୍ୟୁତ୍‌ ବିଲ୍‌ ବାକି ରଖିଥିବା ଉପଭୋକ୍ତାଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରିବା ପାଇଁ ୪୧୩ଟି ସ୍କ୍ବାଡ ଗଠନ କରାଯାଇଛି। ସ୍ବତନ୍ତ୍ର ଡ୍ରାଇଭ ଆସନ୍ତା ୧୬ ତାରିଖରୁ ଆରମ୍ଭ କରାଯିବ। ବକେୟା ରଖି୍‌ଥିବା ୧୧,୫୯୭ଟି ଗାଁକୁ ଚିହ୍ନଟ କରାଯାଇଛି। ସେସୁର ୨୦ଟି ଡିଭିଜନରେ ଥିବା ଏହି ଗ୍ରାମଗୁଡିକରେ ବିଦ୍ୟୁତ୍‌ କାଟ ଅଭିଯାନ ଆରମ୍ଭ ହେବ। ବକେୟା ଦେଇ ନ ଥିବା ସମୁଦାୟ ୭ ଲକ୍ଷ ଉପଭୋକ୍ତାଙ୍କ ମଧ୍ୟରୁ ୧.୧୦ ଲକ୍ଷ ଗ୍ରାହକ ୨୧ କୋଟି ଟଙ୍କାର ବକେୟା ପ୍ରଦାନ କରିଛନ୍ତି। ବିଦ୍ୟୁତ୍‌ କାଟ କରିବା ଆମର ଉଦ୍ଦେଶ୍ୟ ନୁହେଁ। ଏହା ଛଡା ସେସୁ ପାଖରେ ଅନ୍ୟ କିଛି ବିକଳ୍ପ ନାହିଁ। ଯଦି ଉପଭୋକ୍ତାମାନେ ନିୟମିତ ଭାବେ ବିଦ୍ୟୁତ୍‌ ବକେୟା ଦେବେ ନାହିଁ ତେବେ ବାଧ୍ୟ ହୋଇ ଏଭଳି ପଦକ୍ଷେପ ନେବାକୁ ପଡୁଛି ବୋଲି ବୋଥ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri