ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଗୁରୁତର ଶ୍ରମିକଙ୍କ ମୃତ୍ୟୁ : କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା

ଶଙ୍କରାଖୋଲ,୧୬।୧୧(ଡି.ଏନ୍‌.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ଗ୍ରାମରେ ୩୩ କେଭି ତାର ସ୍ଥାନାନ୍ତର ପାଇଁ ଖୁଣ୍ଟରେ ଚଢି ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଟିକାବାଲି ପଞ୍ଚାୟତ ସାକିଡ଼ିକିଆ ଗ୍ରାମର ରୋହିତ କହଁର। ଏ ନେଇ ଟିକାବାଲି ଥାନାରେ ନଂ.୧୦୮/୧୯ରେ ମାମଲା ରୁଜୁ ହୋଇଛି। ମୃତ ରୋହିତଙ୍କ ସାନଭାଇ ବିବେକ ଟିକାବାଲି ସାଉଥକୋ କନିଷ୍ଠ ଯନ୍ତ୍ରୀ ପ୍ରଭାତ କୁମାର ଷଡ଼ଙ୍ଗୀ, ଠିକାଦାର ମାଧବ ଦିଗାଲ ଓ ଗ୍ରୀନ ପାଓ୍ବାର କମ୍ପାନୀ ନାମରେ ଟିକାବାଲି ଥାନାରେ ଅଭିଯୋଗ କରିଥିଲେ। ଫୁଲବାଣୀସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ହୋଇ ଅପରାହ୍ନରେ ଗାଁକୁ ଆସିଥିଲା। କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସମେତ ଗ୍ରାମବାସୀ ଫୁଲବାଣୀ- ବ୍ରହ୍ମପୁର ରାଜପଥର ଟିକାବାଲି କୋଚିଲାଗଡ଼ଠାରେ ମୃତଦେହ ରଖି ଅବରୋଧ କରିଥିଲେ। ଖବରପାଇ ଜି. ଉଦୟଗିରି ଏସଡିପିଓ ଜୟକୃଷ୍ଣ ବେହେରା, ଟିକାବାଲି ଆଇଆଇସି ରେବତୀ ଶବର ପହଞ୍ଚି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା।
ପ୍ରକାଶ ଯେ, ଶଙ୍କରାଖୋଲ ଗ୍ରାମର ଜଣଙ୍କ ଘର ପଛପଟେ ୩୩ କେଭି ତାର ଓହଳି ରହିଥିଲା। ଏହା ସ୍ଥାନାନ୍ତର ପାଇଁ ରବିବାର ସାଉଥକୋ କନିଷ୍ଠ ଯନ୍ତ୍ରୀଙ୍କ ଉପସ୍ଥିତିରେ ଠିକାଦାର ମାଧବଙ୍କ ଅଧୀନରେ କାମ କରୁଥିବା ରୋହିତ ବିଦ୍ୟୁତ ଖୁଣ୍ଟରେ ଚଢିଥିଲେ। ବିଦ୍ୟୁତ ସଂସ୍ପର୍ଶରେ ଆସିଯିବାରୁ ସେ ଖସିପଡ଼ି ଗୁରୁତର ହୋଇଥିଲେ। କନିଷ୍ଠଯନ୍ତ୍ରୀଙ୍କ ଦାୟୀତ୍ୱହିନତା ଯୋଗୁ ୩୩ କେଭି ବିଦ୍ୟୁତ ତାର ଓ ଖୁଣ୍ଟ ସ୍ଥାନାନ୍ତର ପାଇଁ ବିଶିପଡ଼ାରୁ ବିଦ୍ୟୁତ ସରବରାହ ଚ୍ଛିନ୍ନ ପରିବର୍ତ୍ତେ ଟିକାବାଲିରୁ ବିଦ୍ୟୁତ୍‌ କଟାଯାଇଥିବାରୁ କାମ ଚାଲିଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ରୋହିତ ତାଙ୍କ ପରିବାର ପ୍ରତିପୋଷଣ କରୁଥିଲେ। ତାଙ୍କ ମୃତ୍ୟୁ ପରେ ବର୍ତ୍ତମାନ ଚଳିବା କଷ୍ଟକର ହୋଇପଡ଼ିବ। ତୁରନ୍ତ ସରକାରୀ ସାହାଯ୍ୟ ଯୋଗାଇଦେବା ପାଇଁ ପରିବାର ଲୋକେ ଓ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri