ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର ଉଦ୍ୟମ, ଜଣେ ଗିରଫ

ଦେବଗଡ,୬।୧୧(ଡି.ଏନ.ଏ) : ଦେବଗଡ଼ ବନାଞ୍ଚଳ ଅଧୀନ ତିଲେଇବଣି ସେକ୍ସନ ପ୍ରଭାଶୁଣି ସଂରକ୍ଷିତ ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର ଉଦ୍ୟମ ଚଳାଇଥିବା ଅଭିଯୋଗରେ ବନ ବିଭାଗ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ଅଶୁର ଖୋଳ ଗ୍ରାମର ଅର୍ଜୁନ ପେଣ୍ଠେଇ। ଏପରି କି ବନ ବିଭାଗ ତାଙ୍କଠାରୁ ବିଦ୍ୟୁତ୍‌ ତାର ଓ ଧନୁ ତୀର ଜବତ କରିଛି ଅନ୍ୟପକ୍ଷେ ଘଟଣାସ୍ଥଳରୁ ୫ଜଣ ଶିକାରୀ ଫେରାର ହୋଇଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ତିଲେଇବଣି ଫରେଷ୍ଟ ସେକ୍ସନର ଅଶୁରଖୋଳ ନିକଟସ୍ଥ ପ୍ରଭାଶୁଣି ସଂରକ୍ଷିତ ଜଙ୍ଗଲରେ କେତେଜଣ ଶିକାରୀ ବିଦ୍ୟୁତ୍‌ ତାର ବିଛାଉଥିବା ବନ ବିଭାଗକୁ ଖବର ମିଳିଥିଲା। ଏନେଇ ତିଲେଇବଣି ଫରେଷ୍ଟର ସୁଧାଁଶୁ ବେହେରା ସଦଳବଳେ ଜଙ୍ଗଲରେ ଚଢାଉ କରିଥିଲେ। ଚଢାଉ ବେଳେ ଅର୍ଜୁନ ବିଦ୍ୟୁତ୍‌ ତାର ବିଛାଉଥିବା ବେଳେ ଧରାପଡିଥିଲେ। ହେଲେ ଅନ୍ୟ ୫ ସହଯୋଗୀ ଫେରାର ହୋଇଯାଇଥିଲା। ବନ ବିଭାଗ ପକ୍ଷରୁ ୬ଜଣଙ୍କ ବିରୋଧରେ ମାମଲା ରୁୁଜୁ ହୋଇଛି। ଗିରଫ ଅର୍ଜୁନକୁ କୋର୍ଟ ଚାଲାଣ କରାଯାଇଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ଚଢାଉରେ ଦେବଗଡ଼ ଫରେଷ୍ଟର ପ୍ରଶନ୍ନ କୁମାର ସାହୁ, ତିଲେଇବଣି ଫରେଷ୍ଟଗାର୍ଡ ଅଶୋକ କୁମାର ପାନ୍ନା ଓ ଦେବଗଡ ବନ ବିଭାଗ ସ୍କ୍ବାର୍ଡ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri