ବିଦ୍ୟୁତ୍‌ ତାର ବିପଦସଙ୍କୁଳ: ପରିବର୍ତ୍ତନ ଦାବି କଲେ ଗ୍ରାମବାସୀ

କର୍ଲାମୁଣ୍ଡା,୧୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଯୋଗୁ ଆଗାମୀ ଦିନରେ ଦୁର୍ଘଟଣା ଘଟିବା ଯଥେଷ୍ଟ ସମ୍ଭାବନା ରହିଛି। ବ୍ଲକ ସଦରଠାରେ ଥିବା ସରସ୍ବତୀ ଶିଶୁମନ୍ଦିର ଶ୍ରେଣୀଗୃହକୁ ଲାଗି ଟ୍ରାନ୍ସଫର୍ମର ରହିଛି। ଠିକ୍‌ ସେହିଭଳି ସର୍ଗୁଲ ମାଲପଡ଼ା ଗାଁ ଶେଷ ମୁଣ୍ଡରେ ଥିବା ଟ୍ରାନ୍ସଫର୍ମର ମଧ୍ୟ ବିପଦସଙ୍କୁଳ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଏନେଇ ବିଭାଗଯନ୍ତ୍ରୀ ପଟେଲଙ୍କୁ ଯୋଗାଯୋଗ କରାଯିବାରୁ କର୍ଲାମୁଣ୍ଡା ବ୍ଲକ ସଦରରେ କେବୁଲର ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଅନ୍ୟପକ୍ଷରେ ସରସ୍ବତୀ ଶିଶୁମନ୍ଦିର ଶ୍ରେଣୀଗୃହକୁ ଲାଗଭି ରହିଥିବା ଟ୍ରାନ୍ସଫର୍ମରକୁ ଅନତ୍ର ସ୍ଥାନାନ୍ତର ପାଇଁ ସାଧାରଣରେ ଦାବି ହେଉଛି। ଏନେଇ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧାଙ୍କ ଅଧ୍ୟକ୍ଷତାରେ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ସୁଜିତ ପୁଟେଲ, ଜିପିଇଓ ଜଗଦୀଶ ନାଏକ, ସଦର ପଞ୍ଚାୟତ ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ, ଓ ସମସ୍ତ ପିଇଓ, ଜିଆରଏସ୍‌ଙ୍କର ଏକ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇ ୫ଦିନ ମଧ୍ୟରେ ସ୍ଥାୟୀ ସମାଧାନ ପାଇଁ ସ୍ଥିର କରାଯାଇଛି।
ସୂଚନାଯୋଗ୍ୟ, କର୍ଲାମୁଣ୍ଡା ବ୍ଲକ ସଦରରେ ୧୯୮୦ ମସିହାରେ ବିଦ୍ୟୁତ୍‌ ସଂଯୋଗ ହୋଇଥିଲା। ଇତିମଧ୍ୟରେ ୪୦ ବର୍ଷ ବିତି ଯାଇଥିଲେ ହେଁ ପୁରୁଣା ତାର ପରିବର୍ତ୍ତନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରଜ କୁଇନ୍ ପ୍ରତିଯୋଗିତା : ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri