ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ ବଡସାହିର ସନ୍ତୋଷ ସାହୁ (୪୦)। ସନ୍ତୋଷ ବ୍ରହ୍ମାନଗରରେ ଘରକାମ କରୁଥିବା ସମୟରେ କଟର ମେଶିନରେ ଲୁହାଛଡ କାଟୁଥିଲେ। ତାର କଟିଯାଇ ଚାର୍ଜ ହୋଇଯିବାରୁ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଚିକିଟି ଫାଣ୍ଡି ଅଧିକାରୀ ବିଜୟ କୁମାର ପ୍ରଧାନ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡମେଡିକାଲକୁ ପଠାଇଥିଲେ। ଏନେଇ କେ.ନୂଆଗାଁ ଥାନାରେ ନଂ.୧୧/୨୦୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି। ବ୍ୟବଚ୍ଛେଦ ହୋଇ ସନ୍ଧ୍ୟାରେ ମୃତଦେହ ଗଁାରେ ପହଞ୍ଚତ୍ଥିଲା। କ୍ଷତିପୂରଣ ଦାବିରେ ଚିକିଟିପେଣ୍ଠ ବଜାରରେ ସ୍ଥାନୀୟ ଲୋକେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। କେ.ନୂଆଗଁା ପୋଲିସ ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’
ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
Archives

