ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ ହାତୀ ମୃତ୍ୟୁ ଘଟଣା: ଚମ୍ପୁଆ ରେଞ୍ଜର ନିଲମ୍ବିତ

କେନ୍ଦୁଝର, ୨୩ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ଜୁରୁଡି ବିଟ୍‌ର ଗୁରୁବେଡ଼ା ଗାଁ ପାାଖ ବୈତରଣୀ(ଖ) ସଂରକ୍ଷିତ ଜଙ୍ଗଲରେ ଗତ ୧୪ ତାରିଖରେ ୨ଟି ହାତୀ ମୃତ୍ୟୁ ଘଟଣାରେ ପିସିସିଏଫ୍‌ (ମୁଖ୍ୟ ବନସଂରକ୍ଷକ) ଡ.ସନ୍ଦିପ ତ୍ରିପାଠୀ ଚମ୍ପୁଆ ରେଞ୍ଜର କାଶୀନାଥ ହେମ୍ବ୍ରମଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ପିସିସିଏଫ ଡ. ତ୍ରିପାଠୀ ତାଙ୍କ ପତ୍ର ସଂଖ୍ୟା ୫୯୯ ତା.୨୨ା୬ା୨୦୨୦ରେ ଏହି ପଦକ୍ଷେପ ନେଇଛନ୍ତି। ନିଲମ୍ବନ ସମୟରେ ରେଞ୍ଜର ହେମ୍ବ୍ରମ ରାଉରକେଲା ଆରସିସିଏଫଙ୍କ କାର୍ଯ୍ୟାଳୟରେ ଦାୟିତ୍ୱ ସମ୍ପାଦନ କରିବେ ବୋଲି ଆଦେଶ ପ୍ରଦାନ କରାଯାଇଛି। ଗତ ୧୬ ତାରିଖରେ କେନ୍ଦୁଝର ଡିଏଫଓ ସନ୍ତୋଷ ଯୋଶୀ ଏହି ଘଟଣାରେ ଯୋଡ଼ା ଫରେଷ୍ଟର ପିଅନ ନାୟକ ଓ ଜୁରୁଡି ବିଟ ଫରେଷ୍ଟ ଗାର୍ଡ ଦୋଳଗୋବିନ୍ଦ ଦେଓଙ୍କୁ ନିଲମ୍ବନ କରିଥିଲେ। ସୂଚନାଯୋଗ୍ୟ ଯେ, ଗୁରୁବେଡା ଗାଁ ପାାଖ ବୈତରଣୀ(ଖ) ସଂରକ୍ଷିତ ଜଙ୍ଗଲରେ ମରିଥିବା ଗୋଟିଏ ଦନ୍ତାହାତୀର ଦାନ୍ତ କାଟି ନିଆଯାଇଥିବାବେଳେ ଅନ୍ୟଟି ମାଈ ହାତୀ ଥିଲା। ୧୫ ତାରିଖ ସକାଳେ ଅତିରିକ୍ତ ପିସିସିଏଫ(ୱାଇଲ୍ଡ ଲାଇଫ) ଶଶୀ ପଲ, ଆରସିସିଏଫ ରାଉରକେଲା ଭଞ୍ଜ କିଶୋର ସ୍ବାଇଁ,କେନ୍ଦୁଝର ଡିଏଫଓ ଯୋଶୀ,ଏସିଏଫ ଅଜୟ କୁମାର ସାହୁ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲେ। ବନ୍ୟଜନ୍ତୁ ଶୀକାର ପାଇଁ ଶିକାରୀଙ୍କ ଦ୍ୱାରା ବିଛା ଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ହାତୀ ଦ୍ୱୟଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିଲା। ବନ ବିଭାଗ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri